ଓଡ଼ିଶା ଛୁଇଁଲା ମୌସୁମୀ

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ନିର୍ଦ୍ଧାରିତ ସମୟ ପୂର୍ବରୁ ଓଡ଼ିଶା ଛୁଇଁଲା ମୌସୁମୀ ବାୟୁ। ଆଜି ଓଡ଼ିଶା ଛୁଇଁଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ସ୍ୱାଭାବିକ ସମୟର ୪ଦିନ ପୂର୍ବରୁ ଆସିଛି ମୌସୁମୀ। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି | ଚଳିତ ବର୍ଷ ସ୍ୱାଭାବିକ ସମୟର ୪ ଦିନ ପୂର୍ବରୁ ମୌସୁମୀ ବାୟୁ ଓଡ଼ିଶା ଛୁଇଁଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ରରୁ ସୂଚନା ମିଳିଛି।

ଗତ ୩୦ ତାରିଖରେ କେରଳ ଉପକୂଳ ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ଏହାର ୮ ଦିନ ପରେ ଆଜି ଓଡ଼ିଶାରେ ଏହା ପ୍ରବେଶ କରିଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଆଜି ଦକ୍ଷିଣ ଓଡ଼ିଶାର କିଛି ଅଞ୍ଚଳରେ ମୌସୁମୀ ବାୟୁ ପ୍ରବେଶ କରିଛି। ମାଲକାନଗିରିର ଅଧିକାଂଶ ଅଞ୍ଚଳରେ ମୌସୁମୀ ସକ୍ରିୟ ରହିଛି। କିଛିଦିନ ମଧ୍ୟରେ ସାରା ଓଡ଼ିଶାକୁ ଏହା ଛୁଇଁବ । ଏନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।

ଗତକାଲି ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇଛି। ଯାଜପୁର, ମାଲକାନଗିରି, ନୟାଗଡ଼, ଭଦ୍ରକ, ଢେଙ୍କାନାଳ, କେନ୍ଦ୍ରାପଡା, ଢେଙ୍କାନାଳରେ ବର୍ଷା ହୋଇଛି। ସାଧାରଣତଃ ଜୁନ ଦ୍ୱିତୀୟ ସପ୍ତାହରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାରେ ପ୍ରବେଶ କରିଥାଏ। ଚଳିତଥର ନିର୍ଦ୍ଧାରିତ ସମୟ ପୂର୍ବରୁ ଆଣ୍ଡାମାନ ଓ କେରଳ ଛୁଇଁଥିଲା ମନସୁନ୍ ।

Leave A Reply

Your email address will not be published.