୨୪ ଜିଲ୍ଲାକୁ ଛୁଇଁଲା ମୌସୁମୀ

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଓଡ଼ିଶାର ୨୪ ଜିଲ୍ଲାକୁ ଅଗ୍ରସର ହୋଇଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ଏହାର ପ୍ରଭାବରେ ବିଭିନ୍ନ ଜିଲ୍ଲାରେ ବର୍ଷା ହୋଇଛି। ୬ ଜିଲ୍ଲାରେ ମୌସୁମୀ ବାୟୁ ଛୁଇଁନାହିଁ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍‌ କରି ଏହି ସୂଚନା ଦିଆଯାଇଛି।

ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ ଜିଲ୍ଲା ଛୁଇଁଥିବା ମୌସୁମୀ ଗତ ୨୪ ଘଣ୍ଟା ମଧ୍ୟରେ ପୁରୀ, ନୟାଗଡ଼, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ବୌଦ୍ଧ, ସୁବର୍ଣ୍ଣପୁର, ବରଗଡ଼, ଅନୁଗୁଳ, ଢେଙ୍କାନାଳ, ଖୋର୍ଦ୍ଧା, କଟକ, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ଯାଜପୁର, ଦେବଗଡ଼ ଜିଲ୍ଲାକୁ ସ୍ପର୍ଶ କରିଛି। ମୌସୁମୀ ପ୍ରଭାବରେ ହାଲୁକାରୁ ମଧ୍ୟମ ଧରଣ ବର୍ଷା ଲାଗିରହିଛି। ଝାରସୁଗୁଡ଼ା, ସମ୍ବଲପୁର, କେନ୍ଦୁଝର, ବା‌ଲେଶ୍ବରର ଅଧିକାଂଶ ଅଞ୍ଚଳ ଏବଂ ସୁନ୍ଦରଗଡ଼ ଓ ମୟୂରଭଞ୍ଜ ଜିଲ୍ଲାର କେତେକ ସ୍ଥାନରେ ମୌସୁମୀ ପହଞ୍ଚିଛି। ଏହା ଅଧିକ ସକ୍ରିୟ ହେବା ସହ ଶନିବାର ସୁଦ୍ଧା ସାରା ଓଡ଼ିଶାକୁ ସ୍ପର୍ଶ କରିବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଆସନ୍ତା ୨ ଦିନ ଯାଏଁ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି। କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବା ସହ ୩୦-୪୦ କିଲୋମିଟର ବେଗରେ ପବନ ବୋହିବାର ସମ୍ଭାବନା ରହିଛି। ତେବେ ଆଜି ପାଇଁ ମୟୂରଭଞ୍ଜ ଓ କେନ୍ଦୁଝରେ ପ୍ରବଳ ବର୍ଷା ନେଇ ଚେତାବନୀ ଜାରି ହୋଇଛି। ସେହିଭଳି ୧୪ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର।

Leave A Reply

Your email address will not be published.