୧୦ରେ ଓଡ଼ିଶା ଛୁଇଁପାରେ ମୌସୁମୀ ବାୟୁ

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ୧୦ ତାରିଖ ଭିତରେ ଓଡ଼ିଶା ଛୁଇଁପାରେ ମୌସୁମୀ ବାୟୁ। ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ଖୁବ୍ ଶୀଘ୍ର ଏଥିରୁ ମୁକ୍ତି ମିଳିବ ବୋଲି ଜଣାଯାଛି। ଚଳିତଥର ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ନିର୍ଦ୍ଧାରିତ ସମୟର ପୂର୍ବରୁ ଆଣ୍ଡମାନ ଏବଂ କେରଳ ଛୁଇଁଥିବା ବେଳେ ଆଗାମୀ ୧୦ ତାରିଖ ସୁଦ୍ଧା ଓଡ଼ିଶା ଛୁଇଁପାରେ ମୌସୁମୀ। ୨-୩ ତିନି ଭିତରେ ଦକ୍ଷିଣ ଓଡ଼ିଶା ଛୁଇଁବା ପରେ ଏହା ରାଜ୍ୟର ଅନ୍ୟ ଅଞ୍ଚଳକୁ ସ୍ପର୍ଶ ବିସ୍ତାରିତ ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।

୨-୩ଦିନ ଭିତରେ ଦକ୍ଷିଣ ଓଡ଼ିଶା ଛୁଇଁପାରେ ମୌସୁମୀ। ପରେ ଏହା ରାଜ୍ୟର ଅନ୍ୟ ଅଞ୍ଚଳକୁ ଛୁଇଁବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପଗ କେନ୍ଦ୍ର। ସୂଚନା ଅନୁସାରେ ଓଡ଼ିଶାରେ ମୌସୁମୀ ବାୟୁ ପ୍ରବେଶ କରିବା ପାଇଁ ପାଗ ଅନୁକୂଳ ରହିଛି। ସାଧାରଣତଃ ଜୁନ ଦ୍ୱିତୀୟ ସପ୍ତାହରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାରେ ପ୍ରବେଶ କରିଥାଏ। ଚଳିତ ଥର ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ନିର୍ଦ୍ଧାରିତ ସମୟ ପୂର୍ବରୁ ଆଣ୍ଡାମାନ ଏବଂ କେରଳ ଛୁଇଁବା ପରେ ଓଡ଼ିଶାରେ ୧୦ ତାରିଖରେ ଛୁଇଁବା ଆକଳନ କରାଯାଇଛି।

ସେପଟେ ଆଗାମି ୪ଦିନ ରାଜ୍ୟରେ ତାପମାତ୍ରା ୨ରୁ ୩ ଡିଗ୍ରୀ ସେଲସିୟସ୍‌‌ ବଢିପାରେ। ବରଗଡ, ବଲାଙ୍ଗୀର, ନୂଆପଡାରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେବା ସହ ୫ଦିନ ପର୍ଯ୍ୟନ୍ତ ଉପକୂଳରେ ଗୁଳୁଗୁଳି ଲାଗି ରହିବ ବୋଲି ଆକଳନ କରାଯାଇଛି ଆଜି ପାଇଁ ରାୟଗଡା, ନବରଙ୍ଗପୁର ଓ କୋରାପୁଟ ଜିଲାରେ କାଳବୈଶାଖୀ ହେବା ସମ୍ଭାବନା ରହିଛି।

Leave A Reply

Your email address will not be published.