ଆସନ୍ତାକାଲିଠୁ ଆରମ୍ଭ ସଂସଦର ମୌସୁମୀ ଅଧିବେଶନ

0

ଓଡ଼ିଆ ନ୍ୟୁଜ୍(ବ୍ୟୁରୋ): ଆସନ୍ତାକାଲିଠୁ ଆରମ୍ଭ ହେବାକୁ ଯାଉଛି ସଂସଦର ମୌସୁମୀ ଅଧିବେଶନ । ଏଥିପାଇଁ ପ୍ରସ୍ତୁତ ହୋଇଛନ୍ତି ଉଭୟ ବିରୋଧୀ ଓ ଶାସକ ଏନଡିଏ । ସେଥିପାଇଁ ଆଜି ବସିବ ସର୍ବଦଳୀୟ ବୈଠକ । ଅଧିବେସନ ସୁରୁଖୁରୁରେ ଚଳାଇବା ପାଇଁ ସର୍ବଦଳୀୟ ବୈଠକ ଡାକିଛନ୍ତି କେନ୍ଦ୍ର ସରକାର । ନୂଆ ସଂସଦ ଭବନରେ ହେବାକୁ ଥିବା ଏହି ବୈଠକରେ ଉପସ୍ଥିତ ରହିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ମୌସୁମୀ ଅଧିବେଶନରେ ସରକାରଙ୍କୁ ଘେରିବାକୁ ରଣନୀତି ପ୍ରସ୍ତୁତ କରୁଛନ୍ତି ବିରୋଧୀ ।

ଦରବୃଦ୍ଧି, ରେଳ ସୁରକ୍ଷା ଓ ମଣିପୁର ହିଂସା ଆଦି ପ୍ରସଙ୍ଗରେ ଶାସକ ଦଳକୁ ଘେରିବାକୁ ପ୍ରସ୍ତୁତ ହେଉଛନ୍ତି ବିରୋଧୀ । ଅନ୍ୟପକ୍ଷରେ ସରକାର ୨୧ଟି ନୂଆ ବିଲ ପାରିତ କରିବାକୁ ଚେଷ୍ଟା କରିବେ । ଜୁଲାଇ ୨୦ରେ ଆରମ୍ଭ ହୋଇ ଅଗଷ୍ଟ ୧୧ ତାରିଖ ପର୍ୟ୍ୟନ୍ତ ଚାଲିବ ମୌସୁମୀ ଅଧିବେଶନ ।

Leave A Reply

Your email address will not be published.