ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ମୌସୁମୀ ଆଗାମୀ ୩ରୁ ୪ଦିନରେ ଓଡ଼ିଶା ଛୁଇଁବ ବୋଲି ପାଣିପାଗ ବିଭାଗ ଆକଳନ କରିଛି। ଏନେଇ ସୂଚନା ଦେଇଛନ୍ତି ପାଣିପାଗ ବିଭାଗର ନିର୍ଦ୍ଦେଶିକା। ପ୍ରଥମେ ଦକ୍ଷିଣ ଓଡ଼ିଶାରେ ପ୍ରବେଶ ପରେ ଅନ୍ୟ ଅଞ୍ଚଳକୁ ସ୍ପର୍ଶ କରିବ ।
ଓଡ଼ିଶାରେ ମୌସୁମୀ ସ୍ପର୍ଶ ପାଇଁ ପାଗ ଅନୁକୂଳ ରହିଛି ବୋଲି ସୂଚନା ଦେଲେ ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା । ଚଳିତଥର ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସ୍ଵାଭାବିକ ସମୟର ଦୁଇ ଦିନ ପୂର୍ବରୁ କେରଳ ଛୁଇଁଥିଲା ।
ଓଡ଼ିଶାରେ ଆସନ୍ତା ୩ ରୁ ୪ ଦିନ ମଧ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ଛୁଇଁବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ସେପଟେ ଗତକାଲି ରାଜ୍ୟର ୪ଟି ସହରରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିଲା । ମୌସୁମୀ ଓଡ଼ିଶା ଛୁଇଁବା ପରେ ଯେଉଁଭଳି ଭାବରେ ରାଜ୍ୟରେ ଅସହ୍ୟ ତାତି ଅନୁଭୂତ ହେଉଛି, ରାଜ୍ୟରେ ତାତିରୁ ନିସ୍ତାର ମିଳିବ।