୨୮ ସନ୍ଧ୍ୟାରୁ ୨୯ ସକାଳ ଭିତରେ ବେଶୀ ପ୍ରଭାବ: ଆଇଏମଡି ମୃତ୍ୟୁଞ୍ଜୟ ମହାପାତ୍ର

0

ଓଡ଼ିଆ ନ୍ୟୁଜ୍: ୨୮ ତାରିଖ ସନ୍ଧ୍ୟାରୁ ୨୯ ସକାଳ ମଧ୍ୟରେ ବେଶୀ ପ୍ରଭାବ। ସୂଚନା ଦେଲେ IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର।ମଛଲିପଟନମ ଓ କଳିଙ୍ଗପଟନମ ଭିତରେ ଲ୍ୟାଣ୍ଡଫଲ୍‌।ଦକ୍ଷିଣ ଓଡ଼ିଶାରେ ୬୦ରୁ ୭୦ କିମି ପର୍ଯ୍ୟନ୍ତ ପବନ ବହିବ। ସେହିପରି ଭାବେ ଉତ୍ତର ଓଡ଼ିଶାରେ ପ୍ରଭାବ କମ୍‌ ରହିବ। ୨୮ ତାରିଖ ସନ୍ଧ୍ୟାରୁ ରାତି ମଧ୍ୟରେ ‘ମୋନ୍ଥା’ ଛୁଇଁବ ଆନ୍ଧ୍ର ଉପକୂଳ । ମଛଲିପଟନମ୍‌ରୁ କଳିଙ୍ଗପଟନମ୍ ମଧ୍ୟରେ ଏହା ସ୍ଥଳଭାଗ ଛୁଇଁବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । କାକିନାଡ଼ାର ସାମାନ୍ୟ ଉତ୍ତରରେ ଲ୍ୟାଣ୍ଡଫଲ୍ ବେଳେ ପବନ ବେଗ ୯୦ରୁ ୧୦୦ କିଲୋମିଟର ରହିବ । ତେବେ ସମ୍ଭାବ୍ୟ ‘ମୋନ୍ଥା ଓଡ଼ିଶାରେ ମାଡ଼ ହେବନି । ରାଜ୍ୟରେ ବଡ଼ କ୍ଷତି ମଧ୍ୟ ପହଞ୍ଚାଇବ ନାହିଁ ।

ତଥାପି ଦକ୍ଷିଣ ଓ ଉପକୂଳ ଓଡ଼ିଶା ବେଶୀ ପ୍ରଭାବିତ ହୋଇପାରେ । ୨୭ରୁ ରାଜ୍ୟରେ ବର୍ଷା ବଢ଼ିବ । ୨୮ ଓ ୨୯ରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା ରହିଛି । ମାଲକାନଗରି ଓ କୋରାପୁଟ ସୀମାରୁ କାକିନାଡ଼ା ପ୍ରାୟ ୨୦୦ କିଲୋମିଟର ଦକ୍ଷିଣ ପୂର୍ବରେ ରହିଛି । ୨୮ ରାତିରେ ଆନ୍ଧ୍ର ଅତିକ୍ରମ ପରେ ୨୯ ତାରିଖ ସକାଳେ ମାଲକାନଗିରି ଦେଇ ଓଡ଼ିଶାକୁ ପ୍ରବେଶ କରିପାରେ ।

Leave A Reply

Your email address will not be published.