ଓଡ଼ିଆ ନ୍ୟୁଜ୍: ବିଧାନସଭାରେ ଉପସ୍ଥାପନ ହେଲା ୨୦୨୬-୨୭ର ବର୍ଷର ଆର୍ଥିକ ବଜେଟ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କନ୍ୟା ସୁମଙ୍ଗଳ ଯୋଜନା ଘୋଷଣା କରିଛନ୍ତି।ଆର୍ଥିକ ଦୁର୍ବଳ ଝିଅଙ୍କୁ ସ୍ନାତକ ପାଇଁ ଯୋଜନା କାର୍ଯ୍ୟ କରିବ।ଗରିବ ଝିଅଙ୍କ ନାଁରେ ୨୦ ହଜାର ଟଙ୍କାର ସଞ୍ଚୟ ଉପକରଣ ସୃଷ୍ଟି ହେବ।ସ୍ନାତକ ସମାପ୍ତ ପରେ ୧ ଲକ୍ଷ ୧ ଟଙ୍କା ପ୍ରଦାନ କରାଯିବ। ବଜେଟ୍ ଉପସ୍ଥାପନ ବେଳେ ମୁଖ୍ୟମନ୍ତ୍ରୀ କହିଛନ୍ତି, ମହିଳା ସଶକ୍ତିକରଣ ଅଧୀନରେ ଆମ ସରକାରଙ୍କ ଏକ ଲକ୍ଷ୍ୟ ହେଉଛି ପ୍ରତ୍ୟେକ ଝିଅ ସ୍ନାତକ ପର୍ଯ୍ୟନ୍ତ ଶିକ୍ଷା ସମାପ୍ତ କରିବା ।
ଏହି ଉଦ୍ଦେଶ୍ୟ ପାଇଁ, ‘ମୁଖ୍ୟମନ୍ତ୍ରୀ କନ୍ୟା ସୁମଙ୍ଗଳ’ ନାମରେ ଏକ ନୂତନ ଯୋଜନା ଆରମ୍ଭ କରିବାକୁ ପ୍ରସ୍ତାବ ଦିଆଯାଇଛି । ଯାହା ଆର୍ଥିକ ଦୁର୍ବଳ ବର୍ଗର ପରିବାରରେ ଜନ୍ମ ହୋଇଥିବା ଝିଅଙ୍କ ନାମରେ ୨୦ ହଜାର ଟଙ୍କାର ଏକ ସଞ୍ଚୟ ଉପକରଣ ସୃଷ୍ଟି କରାଯିବ । ସ୍ନାତକ ସମାପ୍ତ କରିବା ପରେ ତାଙ୍କୁ ୧ ଲକ୍ଷ ୧ ଟଙ୍କା ପ୍ରଦାନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।