କୋମାରେ ଅଭିଜିତ ମଜୁମଦାର

0

ଓଡ଼ିଆ ନ୍ୟୁଜ୍: ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ ମଜୁମଦାର କୋମାରେ। ଭୁବନେଶ୍ବର ଏମ୍ସ ପକ୍ଷରୁ ଜାରି ହେଲା ମେଡିକାଲ୍‌ ବୁଲେଟିନ୍‌।ସ୍ବାସ୍ଥ୍ୟାବସ୍ଥା ସଂକଟାପନ୍ନ ରହିଛି, ନିମୋନିଆରେ ପୀଡ଼ିତ।ଭେଣ୍ଟିଲେଟର ସପୋର୍ଟରେ ରହିଥିବା ସୂଚନା। ମଧ୍ୟାହ୍ନ ପରଠାରୁ ICUରେ ଭେଣ୍ଟିଲେଟର ସପୋର୍ଟରେ ଅଛନ୍ତି। ବହୁବିଧ ରୋଗରେ ପୀଡ଼ିତ ଥିବା ନେଇ ସୂଚନା ଜାରି।

ତେବେ ଏମ୍ସରେ ଭର୍ତ୍ତି ହେବା ପରେ ଅଭିଜିତଙ୍କ ବ୍ରେନରେ ସୋଡିୟମ କମିଥିବା ଏବଂ ନିଶ୍ବାସ ନେବାରେ ସମସ୍ୟା ହେଉଥିବା କୁହାଯାଉଥିଲା । ଟ୍ରମା ସେଣ୍ଟରରେ ପ୍ରାଥମିକ ଚିକିତ୍ସା ପରେ ସେଣ୍ଟ୍ରାଲ ଆଇସିୟୁରେ ଭର୍ତ୍ତି କରାଯିବ ବୋଲି ସୂଚନା ମିଳିଥିଲା । ଏବଂ ଅଭିଜିତ ମଜୁମଦାରଙ୍କ ସାଥିରେ ଆସିଥିବା ଡାକ୍ତର ଅମ୍ରିତ ପାଟ୍ଟଯୋଶୀଙ୍କ ସୂଚନା ଦେଇ କହିଥିଲେ ଯେ- ଅଭିଜିତ ଗୁରୁତର ଅଛନ୍ତି । ଭେଣ୍ଟିଲେଟର ସପୋର୍ଟରେ ଅଛନ୍ତି । ବ୍ରେନ ଏବଂ ଲିଭରରେ ସମସ୍ୟା ରହିଛି । ପାନକ୍ରିଆଜରେ ସମସ୍ୟା ଦେଖା ଦେଇଛି । ବିଭିନ୍ନ ଅଙ୍ଗରେ ସମସ୍ୟା ଦେଖା ଧେଇଥିବାରୁ ତାଙ୍କୁ ଆଇସିୟୁରେ ଭର୍ତ୍ତି କରାଯିବ ।

Leave A Reply

Your email address will not be published.