ଓଡ଼ିଆ ନ୍ୟୁଜ୍: ଆସି ସକାଳୁ କୁନି ଝିଅକୁ ଚାପିଦେଇଛି ମୋ ବସ୍। ମୋ ବସ୍ ଧକ୍କାରେ ୧୩ ବର୍ଷର ନାବାଳିକାଙ୍କ ମୃତ୍ୟୁ ଘଟଣାରେ କ୍ରୁଟ୍ ପକ୍ଷରୁ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କାର କ୍ଷତିପୂରଣ ଦିଆଇଛି। ଏହାପରେ ସେଠାରେ ଯେଉଁ ସ୍ଥାନୀୟବାସୀ ରାସ୍ତାରୋକ କରିଥିଲେ ସେମାନେ ହଟିଛନ୍ତି। ଡ୍ରାଇଭରର ଭୁଲ ପାଇଁ ଦୁର୍ଘଟଣାକୁ ସ୍ୱୀକାର କଲେ କତ୍ତୃପକ୍ଷ।
ଆଜି ସକାଳୁ ନାବାଳିକାଙ୍କ ଜୀବନ ନେଇଛି ମୋ ବସ୍। ନନ୍ଦନକାନନ ରାସ୍ତା ରଘୁନାଥପୁର ନିକଟରେ ଘଟିଥିଲା ଦୁର୍ଘଟଣା। ଘରୁ ସାଇକେଲ ନେଇ ନନ୍ଦନକାନନ ଛକକୁ ଯାଉଥିଲେ ୧୩ ବର୍ଷ ବୟସ୍କ ନାବାଳିକା। ପଛରୁ ଧକ୍କା ଦେଇ ଘୋଷାଡ଼ି ନେଇଥିଲା ମୋ ବସ୍ । ଏହାକୁ ନେଇ ଲୋକଙ୍କ ମଧ୍ୟରେ ଉତ୍ତେଜନା ଦେଖାଦେଇଥିଲା। କାନ୍ଦବୋବାଳିରେ ପାଟି ପଡିଥିଲା ପରିବେଶ। ଦୁର୍ଘଟଣା ପରେ ନନ୍ଦନକାନନ-ଜୟଦେବବିହାର ମୁଖ୍ୟ ରାସ୍ତା ଅବରୋଧ କରିଥିଲେ ଉତ୍ୟକ୍ତ ଲୋକ। ଟାୟାର ଜାଳି ପ୍ରତିବାଦକୁ ଓହ୍ଲାଇଥିଲେ ଲୋକେ।