ଓଡ଼ିଆ ନ୍ୟୁଜ୍: ପ୍ରତୀକ୍ଷାର ଅନ୍ତ ଘଟିଲା। ଭଗବାନ ଓ ଭକ୍ତଙ୍କ ମଧ୍ୟରୁ ହଟିଲା ଦୂରତା। ଦୁର୍ଲଭ ନବଯୌବନ ବେଶରେ ଦର୍ଶନ ଦେଲେ ଦାରୁବ୍ରହ୍ମ । ଅଗଣିତ ଭକ୍ତଙ୍କୁ ଦିବ୍ୟ ଦର୍ଶନ ଦେଉଛନ୍ତି ଚତୁର୍ଦ୍ଧାବିଗ୍ରହ। ସକାଳ ୯ଟା ଯାଏଁ ପରିମାଣିକ ବା ଟିକେଟ୍ ଦର୍ଶନ ବ୍ୟବସ୍ଥା ରହିଛି। ୯ଟାରୁ ସାଢେ ୧୦ଟା ଯାଏଁ ସର୍ବସାଧାରଣ ଦର୍ଶନ ରହିଛି। ଶ୍ରଦ୍ଧାଳୁଙ୍କ ଭିଡ଼କୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। କାଲି ଘୋଷଯାତ୍ରା ।
ଆଜି ମହାପ୍ରଭୁଙ୍କ ନେତ୍ରୋତ୍ସବ । ଶ୍ରୀଜିଉଙ୍କ ନବଯୌବନ ଦର୍ଶନ ।ଅଣସର ଘରେ ଗୁପ୍ତ ନୀତି ପରେ ସୁସ୍ଥ ହୋଇଛନ୍ତି ମହାପ୍ରଭୁ । ବିଳମ୍ୱିତ ରାତିରେ ମହାପ୍ରଭୁଙ୍କ ବନକଲାଗି ନୀତି ସମ୍ପନ୍ନ ହୋଇଛି । ୧୫ ଦିନର ଅଣସର ଶେଷ କରି ଆଜି ଶ୍ରୀବିଗ୍ରହ ଅଣସର ପିଣ୍ଡିରୁ ଭକ୍ତଙ୍କୁ ନବଯୌବନ ବେଶରେ ଦର୍ଶନ ଦେବେ ମହାବାହୁ । ସକାଳ ୮ଟାରୁ ଆରମ୍ଭ ହୋଇଛି ପାରିମାଣିକ ଦର୍ଶନ । ଘଣ୍ଟାଏ ପାରିମାଣିକ ଦର୍ଶନ ପରେ ସକାଳ ୯ଟାରୁ ସାଢେ ୧୦ଟା ଯାଏଁ ସର୍ବସାଧାରଣ ଦର୍ଶନ ଚାଲିଛି । ଚଳିତ ବର୍ଷ ଚତୁର୍ଦ୍ଧାମୂର୍ତ୍ତି ମାତ୍ର ଅଢ଼େଇ ଘଣ୍ଟା ନବଯୌବନ ବେଶରେ ଦର୍ଶନ ଦେବେ ।