ନରେନ୍ଦ୍ର ମୋଦି ବାରାଣସୀ ଆସନ ପାଇଁ ନାମାଙ୍କନପତ୍ର ଦାଖଲ

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ବାରାଣସୀ ଆସନ ପାଇଁ ନାମାଙ୍କନପତ୍ର ଦାଖଲ କରିଛନ୍ତି। ପିଏମ ମୋଦି ୨୦୧୪ ପରଠାରୁ କ୍ରମାଗତ ତୃତୀୟ ଥର ପାଇଁ ବାରାଣସୀରୁ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ଲୋକସଭା ନିର୍ବାଚନ ପାଇଁ ଆଜି ବାରଣାସୀରୁ ତୃତୀୟ ଥର ପାଇଁ ମୋଦି ନିଜ ନାମାଙ୍କନ ଦାଖଲ କରିଛନ୍ତି। ଏହି ସମୟରେ ତାଙ୍କ ସହ ୧୧ଟି ରାଜ୍ୟର ମୁଖ୍ୟମନ୍ତ୍ରୀ ଉପସ୍ଥିତ ଥିଲେ |

ନାମାଙ୍କନପତ୍ର ଦାଖଲ କରିବା ପୂର୍ବରୁ ପ୍ରଧାନମନ୍ତ୍ରୀ ଦଶାଶ୍ୱମେଧ ଘାଟରେ ଗଙ୍ଗା ପୂଜା କରିଥିଲେ। ଏହା ପରେ ସେ କାଳ ଭୈରବ ମନ୍ଦିରକୁ ଯାଇ ପୂଜାର୍ଚ୍ଚନା କରିଥିଲେ। କରିଥିଲେ। ପ୍ରଧାନମନ୍ତ୍ରୀ ମୋଦିଙ୍କ ନାମାଙ୍କନ ସମୟରେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସମେତ  ସାମିଲ ହୋଇଥିଲେ। ଏହା ବ୍ୟତୀତ ଭାଜପା ଅଧ୍ୟକ୍ଷ ଜେପି ନଡ୍ଡା, ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, ରାଜନାଥ ସିଂଙ୍କ ସମେତ ଦଳର ସମସ୍ତ ବରିଷ୍ଠ ନେତା ଉପସ୍ଥିତ ଥିଲେ। ନାମାଙ୍କନ ଦାଖଲ ପୂର୍ବରୁ ଗଙ୍ଗାରେ ପୂଜାର୍ଚ୍ଚନା କରିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ବାରାଣସୀର ଦଶାଶ୍ୱମେଧ ଘାଟରେ ପୂଜାର୍ଚ୍ଚନା କରିଥିଲେ।

ପରେ କାଳଭୈରବ ମନ୍ଦିରରେ ପୂଜାର୍ଚ୍ଚନା ସହ ଆଳତି କରିଥିଲେ। ସେଠାରୁ ବାହାରି ସିଧା ବାରାଣସୀର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ଯାଇଥିଲେ ମୋଦି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୦୧୪ ପରଠାରୁ କ୍ରମାଗତ ତୃତୀୟ ଥର ପାଇଁ ବାରଣାସୀରୁ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି।  ପୂର୍ବରୁ ସେ ୨୦୧୪ ଓ ୨୦୧୯ରେ ବାରଣାସୀରୁ ନିର୍ବାଚନ ଜିତିଥିଲେ। ଏଥିର ଇଣ୍ଡିଆ ମେଣ୍ଟ ପ୍ରଧାନମନ୍ତ୍ରୀଙ୍କ ବିପକ୍ଷରେ ଅଜୟ ରାୟଙ୍କୁ ପ୍ରାର୍ଥୀ କରିଛି।

Leave A Reply

Your email address will not be published.