ଓଡ଼ିଆ ନ୍ୟୁଜ୍: ସାଂସଦ ନିଶିକାନ୍ତ ଦୁବେଙ୍କ ମନ୍ତବ୍ୟକୁ ଦୃଢ ନିନ୍ଦା କଲେ ନବୀନ ପଟ୍ଟନାୟକ।ବିଜୁ ବାବୁଙ୍କୁ ନେଇ ଦୁବେ ଯାହା କହିଲେ ତାହା ଜାଣି ମୁଁ ଆଶ୍ଚର୍ଯ୍ୟ: ନବୀନ।ପ୍ରଧାନମନ୍ତ୍ରୀ ଥିବାବେଳେ ବିଜୁ ବାବୁଙ୍କୁ ନିଜ ଅଫିସ୍କୁ ଡକାଇଥିଲେ ନେହରୁ। ‘ଚାଇନା ସହ ଲଢେଇ କରିବାକୁ ରଣନୀତି କରିଥିଲେ ଉଭୟେ’। ସେହି ସମୟରେ ମୁଁ ୧୩ ବର୍ଷ ବୟସର ହୋଇଥିଲି: ନବୀନ।ଦୁବେଙ୍କୁ ମାନସିକ ରୋଗ ବିଶେଷଜ୍ଞଙ୍କୁ ଦେଖାଇବା ପାଇଁ କହିଲେ ନବୀନ।ବିଜୁ ପଟ୍ଟନାୟକଙ୍କ ପ୍ରତି ଅପମାନଜନକ ମନ୍ତବ୍ୟ ପାଇଁ ବିବାଦୀୟ।
ବିଜୁ ପଟ୍ଟନାୟକଙ୍କ ପ୍ରତି ଅପମାନଜନକ ମନ୍ତବ୍ୟ ପାଇଁ ବିବାଦୀୟ ବୋଲି କହିଥିଲେ । ଆହୁରି ବି ଚାଇନା ସହ ଲଢେଇ କରିବାକୁ ରଣନୀତି କରିଥିଲେ ଉଭୟେ । ସେହି ସମୟରେ ମୁଁ ୧୩ ବର୍ଷ ବୟସର ହୋଇଥିଲି ବୋଲି ନବୀନ ପଟ୍ଟନାୟକ କହିଛନ୍ତି । ସେ ଆହୁରି କହିଛନ୍ତି ଦୁବେଙ୍କୁ ମାନସିକ ରୋଗ ବିଶେଷଜ୍ଞଙ୍କୁ ଦେଖାଇବା କଥା । ବିଜୁ ପଟ୍ଟନାୟକଙ୍କ ପ୍ରତି ଅପମାନଜନକ ମନ୍ତବ୍ୟ ପାଇଁ ବିବାଦୀୟ ହୋଇପଡିଛନ୍ତି ସାଂସଦ ।
ସୂଚନା ଥାଉକି, ୧୯୬୨ ଚୀନ ଯୁଦ୍ଧ କଥା ଉଠାଇ ବିଜୁ ବାବୁଙ୍କୁ ଟାର୍ଗେଟ୍ କରିଥିଲେ ନିଶିକାନ୍ତ। ଆମେରିକା ଟଙ୍କାରେ ତତ୍କାଳୀନ ପ୍ରଧାନମନ୍ତ୍ରୀ ନେହରୁଙ୍କ ଯୁଦ୍ଧ ଲଢ଼ିଥିଲେ । ଆଉ ତତ୍କାଳୀନ ଓଡ଼ିଶା ମୁଖ୍ୟମନ୍ତ୍ରୀ ବିଜୁ ବାବୁ ଏଥିରେ ଭୂମିକା ନିଭାଇଥିଲେ । ଆମେରିକା ସରକାର ଓ ସିଆଇଏ ମଧ୍ୟରେ ସେତୁ ଭାବେ କାମ କରିଥିଲେ ବିଜୁବାବୁ। ନେହରୁ USA ରାଷ୍ଟ୍ରଦୁତଙ୍କୁ କହିଥିଲେ ତୁମେ ତୁମ କାମ କର, ମୁଁ ବିଜୁଙ୍କୁ ପଠାଇଛି । ଓଡ଼ିଶାର ଚାରବାଟିଆ ଏୟାର ବେସ୍ରେ ଆମେରିକା ବିମାନକୁ ଆଶ୍ରୟ ଦେଇଥିଲେ।
ଆଉ ବିଜୁ ବାବୁଙ୍କ ବିରୋଧରେ ଅପମାନଜନଜ ମନ୍ତବ୍ୟ ପାଇଁ ପଦ ଛାଡ଼ିଲେ ବିଜେଡିର ରାଜ୍ୟସଭା ସାଂସଦ ସସ୍ମିତ ପାତ୍ର। ବିଜେପି ସାଂସଦ ନିଶିକାନ୍ତ ଦୁବେଙ୍କ ମନ୍ତବ୍ୟ ପ୍ରତିବାଦରେ ସସ୍ମିତ ଏହି ପଦକ୍ଷେପ ଗ୍ରହଣ କରି ଯୋଗାଯୋଗ ଏବଂ ସୂଚନା ପ୍ରଯୁକ୍ତି କମିଟି ସଦସ୍ୟ ପଦ ଛାଡ଼ିଛନ୍ତି। କାରଣ ନିଶିକାନ୍ତ ଦୁବେ ଏହି କମିଟିର ଅଧ୍ୟକ୍ଷ ଅଛନ୍ତି। ରାଜ୍ୟସଭା ଅଧ୍ୟକ୍ଷଙ୍କ ପାଖକୁ ରବିବାର ନିଜର ଇସ୍ତଫା ପତ୍ର ପଠାଇଛନ୍ତି।