ଓଡ଼ିଆ ନ୍ୟୁଜ୍: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବିରୋଧୀ ଦଳ ନେତା । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଚିଠି ଲେଖିଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ମଣ୍ଡିରେ ଚାଷୀଙ୍କୁ ହଇରାଣ କରିବା ଏବଂ ଧାନ ସଂଗ୍ରହ ନେଇ ନିର୍ବାଚନୀ ପ୍ରତିଶୃତିକୁ ପାଳନ କରିବା କ୍ଷେତ୍ରରେ ଚରମ ବିଫଳତା ସଂପର୍କରେ ଚିଠି ଲେଖିଛନ୍ତି ନବୀନ ପଟ୍ଟନାୟକ ।
ନବୀନ ପଟ୍ଟନାୟକ ନିଜ ଚିଠିରେ ଲେଖିଛନ୍ତି ଯେ, ଧାନ ସଂଗ୍ରହ ସମୟରେ ଆମ ରାଜ୍ୟର ଅନ୍ନଦାତାମାନେ କିପରି ବ୍ୟବସ୍ଥାଗତ ଶୋଷଣ ଓ ତତ୍ଜନିତ କଷଣର ସମ୍ମୁଖୀନ ହେଉଛନ୍ତି, ସେ ସମ୍ପର୍କରେ ଦୁଃଖର ସହ ମୁଁ ଆପଣଙ୍କ ଦୃଷ୍ଟି ଆକର୍ଷଣ କରୁଛି। କୃଷି ହେଉଛି ଓଡିଶାର ଜୀବନ ରେଖା। ତଥାପି ପ୍ରଶାସନିକ ଉଦାସୀନତା ଓ ଲୋକଙ୍କୁ ଦେଇଥିବା ନିର୍ବାଚନ ପ୍ରତିଶ୍ରୁତି ପାଳନରେ ବିଫଳତା ଯୋଗୁ ଚଳିତ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟା ଆମ ଚାଷୀଙ୍କ ପାଇଁ ଏକ ସଂଘର୍ଷମୟ ପରିସ୍ଥିତି ସୃଷ୍ଟି କରିଛି ।