କର୍ଣ୍ଣାଟକ ଶପଥ ଗ୍ରହଣ ସମାରୋହ ଅତିଥି ତାଲିକାରେ ନବୀନଙ୍କ ନାଁ, ଜାଣନ୍ତୁ ଆଉ କାହାକୁ ହୋଇଛି ନିମନ୍ତ୍ରଣ

0

ଓଡ଼ିଆ ନ୍ୟୁଜ୍(ବ୍ୟୁରୋ): କର୍ଣ୍ଣାଟକ ବିଧାନସଭା ନିର୍ବାଚନରେ କଂଗ୍ରେସର ବିପୁଳ ବିଜୟ ପରେ ଏବେ ୨୦ ତାରିଖରେ ମୁଖ୍ୟମନ୍ତ୍ରୀ ଭାବେ ସିଦ୍ଦରମୈୟା ଓ ଉପ ମୁଖ୍ୟମନ୍ତ୍ରୀ ଭାବେ ଡି.କେ ଶିବକୁମାର ଶପଥ ନେବାକୁ ଯାଉଛନ୍ତି । ଏହି ଶପଥ ଗ୍ରହଣ ଉତ୍ସବକୁ ଅତିଥି ଭାବେ ନବୀନଙ୍କ ନିମନ୍ତ୍ରଣ କରାଯାଇଛି।  କଂଗ୍ରେସ ତରଫରୁ ଅନେକ ଲୋକଙ୍କୁ ନିମନ୍ତ୍ରଣ କରାଯାଇଛି । ଏହା ସହ ନିମନ୍ତ୍ରିତ ଅତିଥିଙ୍କ ମଧ୍ୟରେ ରହିଛନ୍ତି ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ, କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ, ଯୁବନେତା ରାହୁଲ ଗାନ୍ଧୀ, କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ । ଏମାନଙ୍କ ବ୍ୟତୀତ ଏହି ତାଲିକାରେ ଛତିଶଗଡ ମୁଖ୍ୟମନ୍ତ୍ରୀ ଭୂପେଶ ବଘେଲ, ହିମାଚଳ ପ୍ରଦେଶ ମୁଖ୍ୟମନ୍ତ୍ରୀ ସୁଖବିନ୍ଦରସିଂ ସୁଖୁ,ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ।

ଅନ୍ୟମାନଙ୍କ ମଧ୍ୟରେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍.କେ ଷ୍ଟାର୍ଲିନ, ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ.ଚନ୍ଦ୍ରଶେଖର ରାଓ ଓ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । ସେହିଭଳି ସମାଜବାଦୀ ପାର୍ଟି ମୁଖ୍ୟ ଅଖିଳେଶ ଯାଦବ, ଏନସିପି ମୁଖ୍ୟ ଶରଦ ପାୱାର, ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ, ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ଓ ଉପ ମୁଖ୍ୟମନ୍ତ୍ରୀ ତେଜସ୍ୱୀ ଯାଦବ, ନ୍ୟାସନାଲ କନଫରେନ୍ସ ନେତା ଫାରକୁ ଅବ୍ଦୁଲ୍ଲା । ସୂଚନା ଥାଉକି ୧୩ ତାରିଖରେ କର୍ଣ୍ଣାଟକ ବିଧାନସଭା ଫଳଫଳ ପ୍ରକାଶ ପାଇବା ପରେ କଂଗ୍ରେସ କର୍ମୀଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି ।

Leave A Reply

Your email address will not be published.