ଭୁବନେଶ୍ୱର (ଓଡ଼ିଆ ନ୍ୟୁଜ୍): ବିଦାୟୀ ମନ୍ତ୍ରୀଙ୍କ ସହ ଆଜି ନବୀନ ନିବାସରେ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ବିଦାୟୀ ମନ୍ତ୍ରୀଙ୍କୁୁ ନବୀନ ଆଷ୍ୱାସନା ଦେବା ସହ ୨୦୨୪ ସାଧାରଣ ନିର୍ବାଚନ ପାଇଁ ଏବେଠୁ ସଂଗଠନ ସଜାଡ଼ିବାକୁ ପରାମର୍ଶ ଦେଇଛନ୍ତି । ପ୍ରତାପ ଜେନା, ଦିବ୍ୟଶଙ୍କର ମିଶ୍ର, ସୁଦାମ ମାରାଣ୍ଡି, ଜ୍ୟୋତି ପାଣିଗ୍ରାହୀ, ରଘୁନନ୍ଦନ ଦାସ, ପଦ୍ମନାଭ ବେହେରା, ଅରୁଣ ସାହୁଙ୍କ ପରି ବିଦାୟୀ ମନ୍ତ୍ରୀମାନେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି । ଏହାପରେ ସମସ୍ତ ମନ୍ତ୍ରୀଙ୍କୁ ଗୁରୁମନ୍ତ୍ର ଦେଇଛନ୍ତି ନବୀନ । ଆଗକୁ ୨୦୨୪ ସାଧାରଣ ନିର୍ବାଚନ ରହିଛି । ତେଣୁ ବିଦାୟୀ ମନ୍ତ୍ରୀଙ୍କୁ ସଂଗଠନ ଦାୟିତ୍ୱ ବୁଝିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।
କୋଭିଡ୍ ସମୟରେ ଗୁରୁ ଦାୟିତ୍ୱ ବହନ କରିଥିବାରୁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଧନ୍ୟବାଦ ଜଣାଇଛନ୍ତି । ଏହା ସହ ବିଦାୟୀ ମନ୍ତ୍ରୀଙ୍କୁ ଆଶ୍ୱାସନା ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ମନ୍ତ୍ରିମଣ୍ଡଳ ଅଦଳବଦଳ ଏକ ସ୍ୱାଭାବିକ ପ୍ରକ୍ରିୟା ।