ଓଡ଼ିଆ ନ୍ୟୁଜ୍: ନକ୍ସଲ ବିରୋଧୀ ଅଭିଯାନରେ ଓଡିଶା ପୋଲିସକୁ ଆଜି ଐତିହାସିକ ସଫଳତା ମିଳିଛି । ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ ବଲାଙ୍ଗୀର ଓ ବରଗଡ ଜିଲ୍ଲାକୁ ନକ୍ସଲ ମୁକ୍ତ ଜିଲ୍ଲା ଭାବେ ଘୋଷଣା କରିଛନ୍ତି।
ଉଲ୍ଲେଖଯୋଗ୍ୟ, ଆଜି ଛତିଶଗଡ଼ର ମହାସମୁନ୍ଦ ଜିଲ୍ଲାରେ ୧୫ ଜଣ ମାଓବାଦୀ ଅସ୍ତ୍ର ତ୍ୟାଗ କରି ସମାଜର ମୁଖ୍ୟ ସ୍ରୋତରେ ସାମିଲ ହୋଇଛନ୍ତି । ଏହି ମାଓବାଦୀମାନେ ବରଗଡ଼–ବଲାଙ୍ଗିର–ମହାସମୁନ୍ଦ ଡିଭିଜନରେ ସକ୍ରିୟ ଥିଲେ। ଯାହା ଫଳରେ,ବରଗଡ଼ ଓ ବଲାଙ୍ଗିର ଜିଲ୍ଲାକୁ ସମ୍ପୂର୍ଣ୍ଣ ନକ୍ସଲମୁକ୍ତ ଘୋଷଣା କରାଯାଇଛି। ସୁରକ୍ଷା ବାହିନୀ ତରଫରୁ ଦୀର୍ଘଦିନ ଧରି ଚାଲିଥିବା ମିଳିତ ଅଭିଯାନ, ଗୁଇନ୍ଦା ସୂଚନା, କେନ୍ଦ୍ର ଓ ରାଜ୍ୟ ସୁରକ୍ଷା ବାହିନୀଙ୍କ ସମନ୍ୱିତ ପଦକ୍ଷେପ ଏବଂ ସ୍ଥାନୀୟ ଲୋକଙ୍କ ସକ୍ରିୟ ସହଯୋଗ ଫଳରେ ଏହି ଦୁଇ ଜିଲ୍ଲାରୁ ନକ୍ସଲ କାର୍ଯ୍ୟକଳାପ ସମ୍ପୂର୍ଣ୍ଣ ରୂପେ ମୁକ୍ତ ହୋଇପାରି