ଏପ୍ରିଲ ୭ ରେ ରୂପେଲି ପରଦାରେ ଆସିବ “ଡେଲିଭରୀ ବୟ”

0

ଓଡ଼ିଆ ନ୍ୟୁଜ(ବ୍ୟୁରୋ):ନୂଆ ଓଡିଆ ଚଳଚ୍ଚିତ୍ର “ଡେଲିଭରୀ ବୟ”ଟ୍ରେଲର ରିଲିଜ୍ ପରେ ବଢୁଛି ଉତ୍କଣ୍ଠା । ଆଉ ଏହି ଉତ୍କଣ୍ଠାର ପୂର୍ଣ୍ଣଚ୍ଛେଦ ଟାଣିବାକୁ ଯାଉଛି ପ୍ରଯୋଜନା ସଂସ୍ଥା । କାରଣ ଡେଲିଭରୀ ବୟ ଏପ୍ରିଲ ୭ରେ ପ୍ରେକ୍ଷାଳୟରେ କରିବ ମୁକ୍ତିଲାଭ । ମୌଳିକ ଓ ବାସ୍ତବଧର୍ମୀ ଚରିତ୍ରକୁ ନେଇ କାହାଣୀ । ଇନଫିସନ ଏଣ୍ଟରଟେନମେଣ୍ଟ ନିବେଦିତ ଜ୍ୟୋତି ରଞ୍ଜନ ମହାନ୍ତି ପ୍ରଯୋଜିତ ଏହି ଚଳଚ୍ଚିତ୍ର ଜଣେ ଡେଲଭରୀ ଜୀବନକୁ ନେଇ ନିର୍ମାଣ ହୋଇଛି ଚଳଚ୍ଚିତ୍ର । ସାଧାରଣତଃ ଲୋକେ ଅନଲାଇନରେ ଅନେକ ଜିନିଷ ଅର୍ଡର କରିଥାନ୍ତି । ଉକ୍ତ ସାମଗ୍ରୀକୁ ସଠିକ ସମୟରେ ସଠିକ ଲୋକ ପାଖରେ ପହଁଚାଇବା ଡେଲିଭରୀ ଭୟର କର୍ତ୍ତବ୍ୟ । କିନ୍ତୁ କର୍ତ୍ତ୍ୟବ ପାଇଁ ଡେଲିଭରୀ ଭୟ ସାମ୍ନା କରୁଥିବା ଅନେକ ଅକୁହା କଥାକୁ ନେଇ କାହାଣୀର ପରିକଳ୍ପନା । କେଭଳ ଲୋକଙ୍କୁ ସଠିକ ସମୟରେ ଜିନିଷ ପହଁଚାଇବା ପାଇଁ ଜୀବନକୁ ବାଜିରେ ଲଗାଇଦିଏ ଡେଲିଭରୀ ଭୟ । କିନ୍ତୁ ଏ ଯନ୍ତ୍ରଣା ନା କାହାକୁ କହିପାରେ, ନ ବୁଝାଇପାରେ । ଜଣେ ସାମାନ୍ୟ ଡେଲିଭରୀ ବୟର ଜୀବନ ସଂଘର୍ଷର ସମସ୍ୟାକୁ ନେଇ ପ୍ରସ୍ତୁତ ହୋଇଛି ଚଳଚ୍ଚିତ୍ର । ଏପ୍ରିଲ ରେ ମୁକ୍ତିଲାଭ କରିବା ନେଇ ସୂଚନା ଦେଇଛି ପ୍ରଯୋଜନା ସଂସ୍ଥା ।

ଚଳଚ୍ଚିତ୍ରର ଅଡିଓ ରିଲିଜ୍ ପରେ ମିଳିଥିଲା ଦର୍ଶକଙ୍କ ଭଲ ପାଇବା । ସବୁଠି ଶୁଣିବାକୁ ମିଳୁଛି ଡେଲିଭରୀ ବୟର ଅଡିଓ । ସେପଟେ ଟ୍ରେଲର ରିଲିଜ ପରେ ମିଳିଥିଲା ଅକୁଣ୍ଠ ଦର୍ଶକଙ୍କ ଆଶୀର୍ବାଦ । ଏହା ହିଁ ସୂଚାଇଦେଇଥିଲା କାହାଣୀର ଭବିଷ୍ୟତ ।

ଚଳଚ୍ଚିତ୍ରର କାହାଣୀ ପରିକଳ୍ପନା ପରିଚିତ ପ୍ରଯୋଜକ ଜେ .ଆର.ଏମ୍ କରିଥିବାବେଳେ ସଂଳାପ ଲେଖିଛନ୍ତି ଦୀପକ ଜେନା ଏବଂ ଚିତ୍ରନାଟ୍ୟ ପ୍ରସ୍ତୁତି ସହ ନିର୍ଦ୍ଦେଶନା ଦେଇଛନ୍ତି ସହ ଅଶ୍ୱିନୀ ତ୍ରିପାଠୀ । ଏହି ଚଳଚ୍ଚିତ୍ରରେ ଅନେକ ଲୋକପ୍ରିୟ ଅଭିନେତା ଓ ଅବିନେତ୍ରୀଙ୍କୁ ଦେଖିବାକୁ ପାଇବେ ଦର୍ଶକ । ଅଭିନେତା ବୁଦ୍ଧାଦିତ୍ୟ, ଶୈଳେନ୍ଦ୍ର, ଅଭିନେତ୍ରୀ ସୂର୍ୟମୟୀ, ପ୍ରିୟମ୍ବଦା, ଶକ୍ତି ବରାଳ, ଜୀବନ ପଣ୍ଡା, ସୁଶାନ୍ତ, ଇଲୁ ବାନାର୍ଜୀ, ସରୋଜ ଦାଶ, ଚୌଧୁରୀ ବିକାଶ ଦାସ, ସନ୍ତୁ, ଅମନ୍, ଗୁଡ୍ଡୁ ଓ ପୁପୁଲ ପ୍ରମୁଖ ଅଭିନୟ କରିଛନ୍ତି । ସେହିପରି ଅନେକ ପ୍ରତିଷ୍ଠିତ କଣ୍ଠଶିଳ୍ପୀ ଏଥିରେ ଗୀତ ଗାଇଛନ୍ତି । ନିର୍ମଳ ନାୟକ ଗୀତ ରଚନା କରିଥିବା ବେଳେ ବୈଦ୍ୟନାଥ ଦାଶ ସଙ୍ଗୀତ ନିର୍ଦ୍ଦେଶନା ଦେଇଛନ୍ତି । ପୁଣି ସଂଗୀତରେ ନିର୍ମଳ ନାୟକ ଓ ବୈଦ୍ୟନାଥ ଦାଶଙ୍କ କେମିଷ୍ଟ୍ରିର ଜବରଦସ୍ତ ଝଲକ ଦେଖିବାକୁ ମିଳିଛି । ଉଦିତ ନାରାୟଣ, ହ୍ୟୁମାନ୍ ସାଗର, ଅସୀମା ପଣ୍ଡା ଓ ଋତୁରାଜ ମହାନ୍ତି କଣ୍ଠଦାନ କରିଛନ୍ତି । ପ୍ରେକ୍ଷାଳୟରେ ଏହାପରେ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଚଳଚ୍ଚିତ୍ରର ଅଡ଼ିଓ ଲୋକାର୍ପଣ ଉତ୍ସବ ଅନୁଷ୍ଠିତ ହୋଇଥିଲା ।

ଚଳଚ୍ଚିତ୍ରର କାହାଣୀ ଯେପରି ବଳିଷ୍ଠ ସଙ୍ଗୀତ ମଧ୍ଯ ଖୁବ ଆକର୍ଷଣୀୟ ହୋଇଛି । ସର୍ବଦା ରୋମାଣ୍ଟିକ୍ ଗୀତ ଗାଉଥିବା ଉଦିତ ନାରାୟଣ ଏହି ଗୀତ ମାଧ୍ୟମରେ ପ୍ରଥମ ଥର ପାଇଁ ଏକ ଡ୍ୟାନ୍ସ ନମ୍ବର ଗାଇଛନ୍ତି । ଅନ୍ୟପଟେ ଫିଲ୍ମଟିକୁ ଭିନ୍ନ ଢଙ୍ଗରେ ଲୋକଙ୍କ ପାଖରେ ପହଁଚାଇବାକୁ ପ୍ରୟାସ କରିଛନ୍ତି କ୍ରିଏଟିଭ୍ ହେଡ ପ୍ରଣୟ ଜେଠୀ । ଭୁବନେଶ୍ବର,କଟକ,ରାଉରକେଲା,ବ୍ରହ୍ମପୁର ଓ ଅନୁଗୁଳ ସମେତ ୭ଟି ସହରର ବିଭିନ୍ନ ମଲ୍ ରେ ଚଳଚ୍ଚିତ୍ରର କଳାକାରମାନଙ୍କୁ ନେଇ ବିଭିନ୍ନ କାର୍ଯ୍ୟକ୍ରମ ମାଧ୍ୟମରେ ଅଭିନବ ଶୈଳିରେ ପ୍ରଚାର ପ୍ରସାର କରାଯିବା ନେଇ ସୂଚନା ଦେଇଛନ୍ତି ଚଳଚ୍ଚିତ୍ରର କ୍ରିଏଟିଭ୍ ହେଡ । ଏପ୍ରିଲରେ ନିକଟସସ୍ଥ ହଲରେ ରିଲିଜ ହେବ ବହୁ ପ୍ରତୀକ୍ଷିତ ପିଂଲ୍ମ ଡେଲିଭରୀ ବୟ । ଅଭିନବ ଚରିତ୍ର ଓ ମୌଳିକ କାହାଣୀ ଉପରେ ଆଧାରିତ “ଡେଲିଭରୀ ବୟ” ଦର୍ଶକଙ୍କୁ ପ୍ରେକ୍ଷାଳୟକୁ ଆକୃଷ୍ଟ କରିବ ବୋଲି ଆଶା ପ୍ରକଟ କରିଛି ପ୍ରଯୋଜନା ସଂସ୍ଥା ।

Leave A Reply

Your email address will not be published.