ଓଡ଼ିଆ ନ୍ୟୁଜ୍: ନିପା ଭାଇରସକୁ ନେଇ ଆଦୌ ଆତଙ୍କିତ ନହେବାକୁ ଅପିଲ କଲେ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ । ପଶ୍ଚିମବଙ୍ଗରେ ନିପା ଭାଇରସ୍ ମାମଲା ସାମ୍ନାକୁ ଆସିବା ପରେ ଓଡ଼ିଶାରେ ସ୍ୱାସ୍ଥ୍ୟ ବିଭାଗ ସତର୍କ । ଆଜି ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ବୈଠକରେ ସ୍ୱାସ୍ଥ୍ୟମନ୍ତ୍ରୀ, ସ୍ବାସ୍ଥ୍ୟ ସଚିବ, ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ପ୍ରମୁଖ ଉପସ୍ଥିତ ଥିଲେ ।
ବୈଠକ ପରେ ସ୍ବାସ୍ଥ୍ୟ ମନ୍ତ୍ରୀ କହିଛନ୍ତି, ବର୍ତ୍ତମାନ କୌଣସି ନିପା ଭାଇରସର ସନ୍ଦିଗ୍ଧ କେସ ଚିହ୍ନଟ ହୋଇନାହିଁ । ରାଜ୍ୟ ସରକାର ସଂପୂର୍ଣ୍ଣ ସତର୍କତା ଅବଲମ୍ବନ କରୁଛନ୍ତି । ମୁକାବିଲା ପାଇଁ ସ୍ୱାସ୍ଥ୍ୟ ବିଭାଗ ସଂପୂର୍ଣ୍ଣ ପ୍ରସ୍ତୁତ ଅଛି ।