ଜାଭଲିନ ଥ୍ରୋରେ ନିରଜଙ୍କ ନୂଆ ରେକର୍ଡ

0

ଓଡ଼ିଆ ନ୍ୟୁଜ୍: ନିରଜ ଚୋପ୍ରାଙ୍କ ନୂଆ ରେକର୍ଡ । ଜାଭେଲିନ ଥ୍ରୋରେ ଇତିହାସ ରଚିଛନ୍ତି ନୀରଜ ଚୋପ୍ରା । ଦୋହା ଡାଇମଣ୍ଡ ଲିଗରେ ରୌପ୍ୟ ପଦକ ଜିତି ନିଜ ନାମରେ ଆଉ ଏକ ନୂଆ ରେକର୍ଡ ସୃଷ୍ଟି କରିଛନ୍ତି ନିରଜ ଚୋପ୍ରା । ଦୋହା ଡାଇମଣ୍ଡ ଲିଗରେ ୯୦ ଦଶମିକ ୨୩ ମିଟର ମିଟର ଦୂରକୁ ଜାଭେଲିନ୍ ଫିଙ୍ଗି ତୃତୀୟ ଏସୀୟ ଖେଳାଳି ହୋଇଛନ୍ତି ନିରଜ ଚୋପ୍ରା ।

ନିରଜ ତାଙ୍କର ତୃତୀୟ ପ୍ରୟାସରେ ୯୦ ଦଶମିକ ୨୩ ମିଟର ଜାଭେଲିନ୍ ଥ୍ରୋ କରିଥିଲେ । ନୀରଜ ଏହି ସଫଳତା ହାସଲ କରିବାରେ ବିଶ୍ୱର ୨୫ତମ ଖେଳାଳି ହୋଇଥିବା ବେଳେ ତୃତୀୟ ଏସୀୟ ଖେଳାଳି ହୋଇଛନ୍ତି । ନିରଜ ଚୋପ୍ରା ତାଙ୍କ କ୍ୟାରିୟରର ସର୍ବୋତ୍ତମ ସ୍କୋର କରିଛନ୍ତି । ଜର୍ମାନୀର ଜୁଲିଆନ୍ ୱେବର ୯୧.୦୬ ମିଟର ଦୂରତାକୁ ଜାଭେଲିନ୍ ଫିଙ୍ଗି ଏହି ଲିଗ୍‌ର ଶ୍ରେଷ୍ଠ ସ୍କୋର କରିଥିଲେ।

Leave A Reply

Your email address will not be published.