ଓଡ଼ିଆ ନ୍ୟୁଜ୍: ମୋକିମଙ୍କର କଂଗ୍ରେସ ପ୍ରତି ଅବଦାନ ବହୁତ କହିଲେ ନିରଞ୍ଜନ ପଟ୍ଟନାୟକ। ୧୯୮୦ ପରଠୁ କଟକରେ କଂଗ୍ରେସ ଜିତି ପାରୁ ନ ଥିଲା, ମୋକିମ ଜିତାଇଛନ୍ତି।ଲଗାତାର ୨ ଥର କଟକରେ କଂଗ୍ରେସ ଜିତିଲାଣି, ଏବେ ତାଙ୍କ ଝିଅ ବିଧାୟିକା।ନୂଆପଡ଼ା ନିର୍ବାଚନ ବେଳେ ନିର୍ଦ୍ଦିଷ୍ଟ ସମ୍ପ୍ରଦାୟର ଆବଶ୍ୟକତା ନାହିଁ ମନ୍ତବ୍ୟ ତାଙ୍କୁ ବାଧିଲା।ସେଥିପାଇଁ ଆମେ ସମସ୍ତେ ଦାୟୀ, ତାକୁ ଉପଶମ କରିବାର ଥିଲା’।ନୂଆପଡ଼ାକୁ ନେଇ ଯେପରି କୁହାଗଲା ସେପରି କୁହାଯିବାର ନ ଥିଲା।ସେ ଯେଉଁ ଚିଠି ଲେଖିଲେ ସେଥିରେ କିଛି ସତ୍ୟ ଥାଇପାରେ- ନିରଞ୍ଜନ।ମାତ୍ର ସେ ଯେପରି ଭାବେ ଗଣମାଧ୍ୟମକୁ ଯାଇ କହିଲେ ତାହା ଠିକ୍ ନୁହେଁ।
ମୋକିମ ବାବୁଙ୍କ ପରି ବ୍ୟକ୍ତିଙ୍କର ଦଳରେ ଆବଶ୍ୟକତା ରହିଛି।କଂଗ୍ରେସ ପ୍ରତି ତାଙ୍କର ଦୁର୍ବଳତା ଅଛି, ବୁଝାଇ ଅଣାଯିବା ଦରକାର। ସୂଚନାଯୋଗ୍ୟ, ଦଳ ବିରୋଧୀ କାର୍ଯ୍ୟ ପାଇଁ ମୋକିମ କଂଗ୍ରେସରୁ ବହିଷ୍କୃତ ହୋଇଛନ୍ତି। କଂଗ୍ରେସର ପ୍ରାଥମିକ ସଦସ୍ୟ ପଦରୁ ମୋକିମ ବହିଷ୍କୃତ ହୋଇଛନ୍ତି। ପିସିସି ସଭାପତି ଭକ୍ତ ଦାସଙ୍କ ପ୍ରସ୍ତାବକୁ AICC ଅନୁମୋଦନ କରିଛି। ଦଳୀୟ ନେତୃତ୍ୱକୁ ଚ୍ୟାଲେଞ୍ଜ କରି ସୋନିଆଙ୍କୁ ଚିଠି ଲେଖିଥିଲେ ମୋକିମ। ଭକ୍ତଙ୍କ ନେତୃତ୍ୱକୁ ନେଇ ପ୍ରଶ୍ନ ଉଠାଇଥିଲେ ମୋକିମ। ଯେଉଁଥିପାଇଁ ତାଙ୍କୁ ଦଳରୁ ବହିଷ୍କୃତ କରାଯାଇଛି।