ଶପଥ ନେଲେ ନୀତିଶ କୁମାର

0

ଓଡ଼ିଆ ନ୍ୟୁଜ୍: ଆଜିଠୁ ବିହାରରେ ପୁଣି ନୀତୀଶ ଯୁଗ। ଦଶମ ଥର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ନୀତୀଶ କୁମାର। ପଦ ଓ ଗୋପନୀୟତାର ଶପଥ ପାଠ କରାଇଲେ ରାଜ୍ୟପାଳ। ପାଟନା ଗାନ୍ଧୀ ମୈଦାନରେ ଭବ୍ୟ ଶପଥ ଗ୍ରହଣ ସମାରୋହ।ସମାରୋହରେ ପ୍ରଧାନମନ୍ତ୍ରୀ ମୋଦି, କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହ ଉପସ୍ଥିତ। ବିଜେପି ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀ ଉପସ୍ଥିତ।ପାଟନାର ଐତିହାସିକ ଗାନ୍ଧୀ ମୈଦାନରେ ଆୟୋଜିତ ଭବ୍ୟ ଶପଥ ଗ୍ରହଣ ସମାରୋହରେ ଶପଥ ନେଇଛନ୍ତି ନୀତିଶ। ଏହି ଭବ୍ୟ ଶପଥ ଗ୍ରହଣ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସାମିଲ ହୋଇଛନ୍ତି। ସେହିଭଳି କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହ, ବିଜେପି ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀମାନେ ମଧ୍ୟ ସାମିଲ ହୋଇଛନ୍ତି। ଓଡିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ମଧ୍ୟ ସାମିଲ ହୋଇଛନ୍ତି।

ଭାଜପା ବିଧାୟକ ଦଳ ବୈଠକରେ ଉପମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧରୀ ନେତା ନିର୍ବାଚିତ ହୋଇଛନ୍ତି। ସେହିପରି ଅନ୍ୟତମ ଉପମୁଖ୍ୟମନ୍ତ୍ରୀ ବିଜୟ ସିହ୍ନାଙ୍କୁ ଉପନେତା ବଛାଯାଇଛି। ତେଣୁ ଉଭୟେ ପୁଣି ଥରେ ଉପମୁଖ୍ୟମନ୍ତ୍ରୀ ରୂପେ ଶପଥ ନେଇଛନ୍ତି। ଲକ୍ଷାଧିକ ଲୋକଙ୍କ ସମାଗମକୁ ଦୃଷ୍ଟିରେ ରଖି ପାଟନାରେ କଡ଼ା ସୁରକ୍ଷା ବନ୍ଦୋବସ୍ତ କରାଯାଇଛି।

Leave A Reply

Your email address will not be published.