ଓଡ଼ିଆ ନ୍ୟୁଜ୍: ରାଜ୍ୟର ବିଭିନ୍ନ ଜିଲ୍ଲାକୁ ବ୍ୟାପୁଛି ଝାଡ଼ାବାନ୍ତି।ଝାଡ଼ାବାନ୍ତି ଅଂଚଳରେ ସ୍କୁଲ୍ ବନ୍ଦ ନିଷ୍ପତ୍ତି ନେବେ ଜିଲ୍ଲାପାଳ।ଡାଇରିଆ ସ୍ଥିତି ଅଣାୟତ ଥିଲେ ବନ୍ଦ ରହିବ ସ୍କୁଲ୍। ସୂଚନା ଦେଲେ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ।୫୮ଦିନ ପରେ ଆସନ୍ତା ୨୦ ତାରିଖରେ ସ୍କୁଲ ଖୋଲିଥାନ୍ତା। ପୂର୍ବଭଳି ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ସ୍କୁଲ ଚାଲିବ।
ଶିକ୍ଷୟିତ୍ରୀ ଶିକ୍ଷକ ସକାଳ ୯ଟା ୩୦ ସୁଦ୍ଧା ସ୍କୁଲରେ ପହଞ୍ଚିବେ ଏବଂ ଅପରାହ୍ନ ସାଢ଼େ ୪ଟା ଯାଏ କ୍ୟାମ୍ପସରେ ଉପସ୍ଥିତ ରହିବେ। ଏଥିପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ତତ୍ପରତା ପ୍ରକାଶ ପାଇଥିବାବେଳେ ପିଲାଙ୍କ ପାଠପଢ଼ା ପାଇଁ ସ୍କୁଲଗୁଡ଼ିକୁ ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ ଦିଆଯାଇଥିଲା ମାତ୍ର ଏବେ ଝାଡ଼ାବାନ୍ତି ବ୍ୟାପୁଛି। ଏହାକୁ ଦୃଷ୍ଟିରେ ରଖି ଗଣଶିକ୍ଷା ମନ୍ତ୍ରୀ ଏଭଳି କହିଛନ୍ତି।