ଓଡ଼ିଆ ନ୍ୟୁଜ୍: ସରକାରଙ୍କ ବିରୋଧରେ କଂଗ୍ରେସ ଆଣିଲା ଅନାସ୍ଥା ପ୍ରସ୍ତାବ। କଂଗ୍ରେସ ବିଧାୟକ ଦଳ ନେତା ବାଚସ୍ପତିଙ୍କୁ ଦେଲେ ଚିଠି।ସିପିଏମ୍ ବିଧାୟକ ଲକ୍ଷ୍ମଣ ମୁଣ୍ଡାଙ୍କ ସମର୍ଥନ ଥିବା ସୂଚନା। ବିଧାନସଭା ସଚିବଙ୍କ ଜରିଆରେ କଂଗ୍ରେସ ଆଣିଲା ଅନାସ୍ଥା। ଅନ୍ୟପକ୍ଷରେ କଂଗ୍ରେସର ଅନାସ୍ଥା ପ୍ରସ୍ତାବକୁ ନେଇ କଟାକ୍ଷ କରିଛନ୍ତି ବିଜେପି ନେତା ଜୟନାରାୟଣ ମିଶ୍ର। ସେ କହିଛନ୍ତି, ବିଜେଡି ଓ କଂଗ୍ରେସ ଭିତରେ ସିଲ୍ଭର ମେଡାଲ ପାଇଁ ଲଢ଼େଇ ଚାଲିଛି। ଅନାସ୍ଥାର କୌଣସି ପ୍ରଭାବ ସରକାରଙ୍କ ଉପରେ ପଡ଼ିବ ନାହିଁ।