ରାଜ୍ୟସଭା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ରାଜ୍ୟସଭା ଉପନିର୍ବାଚନ ପାଇଁ ଆଜି ପ୍ରକାଶ ପାଇଛି ବିଜ୍ଞପ୍ତି। ବିଧାନସଭା ସଚିବାଳୟ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ଓଡ଼ିଶା ସମେତ ୯ ରାଜ୍ୟର ୧୨ ଆସନରେ ହେବ ଉପନିର୍ବାଚନ। ଆଜିଠାରୁ ୨୧ ତାରିଖ ପର୍ଯ୍ୟନ୍ତ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଜାରି ରହିବ। ୨୨ ତାରିଖରେ ଯାଞ୍ଚ ପ୍ରକ୍ରିୟା ରହିଛି। ୨୭ରେ ପ୍ରାର୍ଥୀପତ୍ର ପ୍ରତ୍ୟାହାର ରହିଛି। ସେପ୍ଟେମ୍ବର ୩ ତାରିଖରେ ନିର୍ବାଚନ ରହିଛି।

ସମୁଦାୟ ୯ଟି ରାଜ୍ୟର ୧୨ଟି ଆସନ ପାଇଁ ନିର୍ବାଚନ ହେଉଛି। ବିଧାନସଭାରେ ସଂଖ୍ୟା ଦୃଷ୍ଟିରୁ ଆସନଟି ବିଜେପି ଖାତାକୁ ଯିବ। ସୂଚନାଯୋଗ୍ୟ, ଗତ ଜୁଲାଇ ୩୧ ତାରିଖରେ ରାଜ୍ୟସଭା ସାଂସଦ ପଦ ସହ ବିଜେଡିରୁ ଇସ୍ତଫା ଦେଇଥିଲେ ମମତା ମହାନ୍ତ। ଖାଲିପଡ଼ିଥିବା ଓଡ଼ିଶାର ଏହି ପଦବୀ ପାଇଁ ଉପନିର୍ବାଚନ ହେବାକୁ ଯାଉଛି। ବିଧାନସଭାରେ ସଂଖ୍ୟା ଦୃଷ୍ଟିରୁ ଓଡ଼ିଶାର ରାଜ୍ୟସଭା ଆସନ ବିଜେପି ଖାତାକୁ ଯିବ। କିଏ ରାଜ୍ୟସଭା ଯିବେ ତାକୁ ନେଇ କଳ୍ପନା ଜଳ୍ପନା ଆରମ୍ଭ ହୋଇଛି।

ରାଜ୍ୟସଭା ସାଂସଦ ରେସରେ ସବୁଠାରୁ ଆଗରେ ରହିଛି ବିଜେପିରେ ସାମିଲ ହୋଇଥିବା ମମତା ମହାନ୍ତଙ୍କ ନାଁ। ଏଥିସହ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ, ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତି ନାଁକୁ ନେଇ ରାଜନୈତିକ ମହଲରେ ଚର୍ଚ୍ଚା ହେଉଛି। ସେହିପରି ପୂର୍ବତନ କେନ୍ଦ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁଙ୍କ ନାଁକୁ ନେଇ ବି ମଧ୍ୟ କଳ୍ପନାଜଳ୍ପନା ଜାରି ରହିଛି।

Leave A Reply

Your email address will not be published.