ଲାଗି ହେଲା ନବାନ୍ନ

0

ଓଡ଼ିଆ ନ୍ୟୁଜ୍: ମା ସମଲେଶ୍ୱରୀଙ୍କ ପାଖରେ ଲାଗିହେଲା ନବାନ୍ନ। ଗଣପର୍ବ ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା। ସମ୍ବଲପୁରରେ ମା’ ସମଲେଇଙ୍କ ନିକଟରେ ଲାଗି ହେଲା ନବାନ୍ନ। ବଲାଙ୍ଗିରରେ ସମଲେଶ୍ବରୀଙ୍କ ନିକଟରେ ଲାଗି ହେଲା ନବାନ୍ନ। ଧାର୍ଯ୍ୟ ଶୁଭଲଗ୍ନ ଅନୁସାରେ ଲାଗି ହେଲା ନବାନ୍ନ।

ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା ସମଲେଇଙ୍କ ନିକଟରେ ଲାଗି ହେଲା ନବାନ୍ନ। ନୂଆଁଖାଇ ପାଇଁ ସମଲେଶ୍ବରୀ ମନ୍ଦିରକୁ ତିନି ପୂଜକଙ୍କ ଘରୁ ପ୍ରଥମେ ଭୋଗ ଆସିଥିଲା। ତାପରେ ମନ୍ଦିରରେ ପୂଜାର୍ଚ୍ଚନା କରାଯିବା ସହ ନବାନ୍ନ ଲାଗି ହୋଇଥିଲା। ଏହି ଅବସରରେ ନୂଆ ଚାଉଳ ସହିତ କ୍ଷୀରି, ପିଠା, ସାରୁଶାଗ ଲାଗି ହୋଇଛି। ଏହା ପରେ ଲୋକେ ନିଜ ନିଜ ଘରେ କୁଳ ଦେବଦେବୀଙ୍କୁ ନୂଆଭୋଗ ଲାଗି କରି ନିଜେ ନୂଆ ଖାଇବେ।

ଗଣପର୍ବ ନୂଆଁଖାଇ ପାଇଁ ଉତ୍ସବମୁଖର ହୋଇଛି ପଶ୍ଚିମ ଓଡ଼ିଶାର ପୁରପଲ୍ଲୀ। ଗାଁରୁ ସହର, ସବୁଠି ଚାଲିଛି ପ୍ରସ୍ତୁତି। ଗୁରୁବାର ପୂର୍ବାହ୍ନ ୧୦ଟା ୩୩ରୁ ୧୦ଟା ୫୫ ମଧ୍ୟରେ ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ବରୀଙ୍କ ନିକଟରେ ନବାନ୍ନ ଲାଗି ହୋଇଥିଲା। ଏହାପରେ ମା’ଙ୍କ ଦର୍ଶନ ପାଇଁ ମନ୍ଦିରଦ୍ବାର ଖୋଲି ଦିଆଯିବ ବୋଲି ମନ୍ଦିରର ମୁଖ୍ୟ ପୂଜକ ଅମ୍ବିକା ରାୟ ସୂଚନା ଦେଇଥିଲେ।

 

Leave A Reply

Your email address will not be published.