ଓଡ଼ିଆ ନ୍ୟୁଜ୍: ନୂଆପଡା କଂଗ୍ରେସ ପ୍ରାର୍ଥୀ ଘାସିରାମ ମାଝୀଙ୍କ ନାମରେ ନୂଆପଡା ଥାନାରେ ରୁଜୁ ହୋଇଥିବା ଦୁଇଟି ଅଭିଯୋଗର ଉପନିର୍ବାଚନ ପାଇଁ ନିର୍ବାଚନ ଆୟୋଗଙ୍କ ନିକଟରେ ଦାଖଲ ହୋଇଥିବା ସତ୍ୟପାଠରେ ଉଲ୍ଲେଖ ହୋଇନାହିଁ ବୋଲି ଭାରତୀୟ ଜନତା ପାର୍ଟି (ବିଜେପି) ଅଭିଯୋଗ ଆଣିଛି।
ସାଧାରଣ ନିର୍ବାଚନ-୨୦୨୪ରେ ଦୁଇଟି ଅଭିଯୋଗ ୧୪୬/୨୦୨୨ ଏବଂ ୧୦/୨୦୧୮ ସଂପର୍କରେ ଶ୍ରୀ ମାଝୀ ନିର୍ବାଚନ ଆୟୋଗଙ୍କ ନିକଟରେ ଉଲ୍ଲେଖ କରିଥିଲେ, ଯାହାକି ବର୍ତମାନ ସୁଦ୍ଧା ମାନ୍ୟବର ଏସ୍ଡିଜେଏମ୍ କୋର୍ଟରେ ବିଚାରଧ୍ଵନ ଅଛି। ମାତ୍ର ଚଳିତ ଉପନିର୍ବାଚନ ପାଇଁ ଦାଖଲ କରିଥିବା ସତ୍ୟପାଠରେ କଂଗ୍ରେସ ପ୍ରାର୍ଥୀ ଶ୍ରୀ ମାଝୀ ଭକ୍ତ ଦୁଇଟି ମାମଲା ସଂପର୍କରେ ଜାଣିଶୁଣି ଉଲ୍ଲେଖ କରିନାହାନ୍ତି।