ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ୧୦ କୋଟି ଟଙ୍କା ପ୍ରଦାନ କଲା ଓସିପିଏଲ୍, ଲାଭାଂଶରୁ ଏହି ଟଙ୍କା ଦେଇଛି

0

ଓଡିଆ ନ୍ୟୁଜ୍(ବ୍ୟୁରୋ):  ଓଡିଶା ସରକାରଙ୍କର ଏକମାତ୍ର ସରକାରୀ କୋଇଲା ଉଦ୍ୟୋଗ ଓଡିଶା କୋଲ୍‌ ଆଣ୍ଡ ପାୱାର ଲିମିଟେଡ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୧୦ କୋଟି ଟଙ୍କା ପ୍ରଦାନ କରିଛି। ଆଜି ଏହି ଉପଲକ୍ଷେ ଲୋକସେବା ଭବନରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଭିଡିଓ କନଫରେନ୍ସ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଶକ୍ତି ସଚିବ ଶ୍ରୀ ନିକୁଞ୍ଜ ଧଳ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ୧୦ କୋଟି ଟଙ୍କାର ଏକ ଚେକ୍‌ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ମହାପତ୍ରଙ୍କୁ ପ୍ରଦାନ କରିଥିଲେ | ‌ଓସିପିଏଲ୍‌ର ଲାଭାଂଶରୁ ଏହି ଅର୍ଥ ପ୍ରଦାନ କରାଯାଇଛି |ଏହି କାର୍ଯ୍ୟକ୍ରମରେ ଶକ୍ତିମନ୍ତ୍ରୀ କ୍ୟାପଟେନ୍ ଶ୍ରୀ ଦିବ୍ୟଶଙ୍କର ମିଶ୍ର, ଓସିପିଏଲ୍ ର ସିଇଓ ଶ୍ରୀ ସାରିପୁତ୍ତ ମିଶ୍ର ଏବଂ ଅନ୍ୟାନ୍ୟ ବରିଷ୍ଠ ଅଫିସର୍ ମାନେ ଉପସ୍ଥିତ ଥିଲେ |

ସୂଚନାଯୋଗ୍ୟ ଯେ ଓସିପିଏଲ ବହୁତ କମ୍ ସମୟ ମଧ୍ୟରେ ରାଜ୍ୟର ଏକ ପ୍ରମୁଖ ଲାଭଦାୟକ ସରକାରୀ ଉଦ୍ୟୋଗ ଭାବେ ପରିଗଣିତ ହୋଇଛି | ଦେଶରେ କୋଇଲା ସଙ୍କଟ ସମୟରେ ଓସିପିଏଲ୍ ଏବର୍ଷ ସରକାର ଧାର୍ଯ୍ୟ କରିଥିବା ଲକ୍ଷ୍ୟଠାରୁ ଅଧିକ କୋଇଲା ଉତ୍ପାଦନ କରିଛି | ଏହି କୋଇଲା ରାଜ୍ୟ ଏବଂ ରାଜ୍ୟ ବାହାରର ଅନେକ ଶିଳ୍ପାନୁଷ୍ଠାନରେ ବ୍ୟବହୃତ ହୋଇପାରିଛି |ଓସିପିଏଲ୍, ସୁନ୍ଦରଗଡ ଜିଲ୍ଲାର ମହିଳା ଏବଂ ଯୁବଗୋଷ୍ଠି ମାନଙ୍କର ସଶକ୍ତିକରଣ ପାଇଁ ବିଭିନ୍ନ ପନ୍ଥା ମାଧ୍ୟମରେ ନିରନ୍ତର ଉଦ୍ୟମ ଜାରି ରଖିଛି |

Leave A Reply

Your email address will not be published.