ଆସନ୍ତା ୧୩ରୁ ଓଡ଼ିଶା ବିଧାନସଭା ଅଧିବେଶନ

0

ଓଡ଼ିଆ ନ୍ୟୁଜ୍: ଆସନ୍ତା ଆସନ୍ତା ୧୩ରୁ ଆରମ୍ଭ ହେବ ଓଡ଼ିଶା ବିଧାନସଭା ଅଧିବେଶନ। ଫେବୃଆରୀ ୧୭ରେ ଉପସ୍ଥାପନ ହେବ ବଜେଟ୍। ଏପ୍ରିଲ ୫ ତାରିଖ ଯାଏଁ ୨ଟି ପର୍ଯ୍ୟାୟରେ ଚାଲିବ । ରାଜ୍ୟପାଳ ହରିବାବୁ କମ୍ଭମପତିଙ୍କ ଅଭିଭାଷଣରୁ ଆରମ୍ଭ ହେବ ଅଧିବେଶନ। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବିଧାନସଭାରେ ଉପସ୍ଥାପନ କରିବେ ରାଜ୍ୟ ବଜେଟ୍। ଅଧିବେଶନର ପ୍ରଥମ ପର୍ଯ୍ୟାୟ ଫେବୃଆରୀ ୧୩ରୁ ୨୧ ଓ ଦ୍ଵିତୀୟ ପର୍ଯ୍ୟାୟ ମାର୍ଚ୍ଚ ୭ରୁ ଏପ୍ରିଲ ୫ ତାରିଖ ପର୍ଯ୍ୟନ୍ତ ଚାଲିବ।

ଫେବୃଆରୀ ୨୨ରୁ ମାର୍ଚ୍ଚ ୬ ପର୍ଯ୍ୟନ୍ତ ବନ୍ଦ ରହିବ ଅଧିବେଶନ। ଏହି ଅଧିବେଶନରେ ମୋଟ ୨୮ଟି କାର୍ଯ୍ୟ ଦିବସ ରହିଛି। ନୂଆ ବଜେଟରେ ଲୋକଙ୍କ ପାଇଁ କେଉଁ କେଉଁ ଯୋଜନା ଆରମ୍ଭ ହେବ, କେଉଁ ବିଭାଗ ପାଇଁ କେତେ ଅର୍ଥ ବ୍ୟୟବରାଦ କରାଯିବ ସମସ୍ତେ ଅନେଇ ରହିଛନ୍ତି।

Leave A Reply

Your email address will not be published.