ଓଡ଼ିଶାରେ ଏପ୍ରିଲ୍‌ ୧୬ରୁ ଜନଗଣନା

0

ଓଡ଼ିଆ ନ୍ୟୁଜ୍: ଓଡ଼ିଶାରେ ଏପ୍ରିଲ୍‌ ୧୬ରୁ ପ୍ରଥମ ପର୍ଯ୍ୟାୟ ଜନଗଣନା।ଏପ୍ରିଲ୍‌ ୧୬ରୁ ମେ ୧୫ ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟ ଜନଗଣନା। ପ୍ରଥମ ପର୍ଯ୍ୟାୟରେ ୩୦ ଦିନ ଧରି ଚାଲିବ ଘର ଗଣନା।ଏନେଇ ରାଜସ୍ବ ବିଭାଗ ପକ୍ଷରୁ ପ୍ରକାଶ ପାଇଲା ବିଜ୍ଞପ୍ତି।ଏହାସହ ୨୦୨୭ ମସିହା ଫେବ୍ରୁଆରି ମାସରେ ହେବ ଜନଗଣନାର ଦ୍ଵିତୀୟ ପର୍ଯ୍ୟାୟ । ତେବେ ମିଳିଥିବା ସୂଚନା ଅନୁସାରେ, ପ୍ରଥମ ପର୍ଯ୍ୟାୟରେ ଘର ଏବଂ ଆସବାବ ପାତ୍ର ଗଣନା ହେବ। ଆଉ ଦ୍ଵିତୀୟ ପର୍ଯ୍ୟାୟରେ ଘରକୁ ଘର ହେବ ଜନଗଣନା।

ଏଥିପାଇଁ ନିଯୁକ୍ତ ହେବେ ଲକ୍ଷାଧିକ ଜନଗଣନା ଅଧିକାରୀ।ରାଜ୍ୟରେ ଜନଗଣନା ପାଇଁ ୬ ମାସ ଆଗରୁ ପ୍ରସ୍ତୁତି ଚାଲିଥିଲା । ଭୁବନେଶ୍ୱର କଟକରେ ପ୍ରି-ଟେଷ୍ଟ ସରିଛି । ନୂଆ ଘୋଷଣା ହୋଇଥିବା ଏନଏସି ଏବଂ ପୌରପାଳିକା ବାଉଣ୍ଡ୍ରି ଫାଇନାଲ୍ ହୋଇଛି। ଆସନ୍ତା ୩ ମାସ ଧରି ଜନଗଣନା ଅଧିକାରୀଙ୍କୁ ଟ୍ରେନିଂ ଦିଆଯିବ । ତେବେ ମିଳିଥିବା ସୂଚନା ଅନୁସାରେ, ୨୦୦ ଘର ପାଇଁ ଜଣେ ଜନଗଣନା ଅଧିକାରୀ ନିଯୁକ୍ତ ହେବେ। ୬ ଜଣ ଅଧିକାରୀଙ୍କ ପାଇଁ ଜଣେ ସୁପରଭାଇଜର ନିଯୁକ୍ତ ହେବେ। ପ୍ରାୟ ଲକ୍ଷେ ଜନଗଣନା ଅଧିକାରୀ ନିଯୁକ୍ତ କରାଯିବ।

 

Leave A Reply

Your email address will not be published.