ଶିକାରୀ ଗୁଳିରେ ଫରେଷ୍ଟ ଗାର୍ଡ ମୃତ, ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

0

ଓଡ଼ିଆ ନ୍ୟୁଜ୍: ଶିକାରୀ ଗୁଳିରେ ମୃତ ଫରେଷ୍ଟ ଗାର୍ଡଙ୍କ ପରିବାରକୁ ସହାୟତା ଘୋଷଣା।୩୦ ଲକ୍ଷର ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଘଟଣାସ୍ଥଳକୁ ଯାଇ ଅଧିକ ତଦନ୍ତ କରିବାକୁ PCCFକୁ ନିର୍ଦ୍ଦେଶ। ଢେଙ୍କାନାଳ ହିନ୍ଦୋଳ ରେଞ୍ଜର ଫରେଷ୍ଟରଙ୍କୁ ହତ୍ୟା । ଶିକାରୀ ଗୁଳିରେ ୩୭ ବର୍ଷିୟ ଫରେଷ୍ଟର ପ୍ରହ୍ଲାଦ ପ୍ରଧାନଙ୍କ ମୃତ୍ୟୁ ହୋଇଛି । ରାଜମୋହନପୁର ଗାଁ ନିକଟରେ ଗୁଳି କରି ହତ୍ୟା କରାଯାଇଛି । ପାଟ୍ରୋଲିଂ ବେଳେ ପ୍ରହ୍ଲାଦଙ୍କୁ ଗୁଳି କରିଥିଲେ ଶିକାରୀ ।

ମୁଖ୍ୟ ଚିକିତ୍ସାଳୟରେ ମୃତ ଘୋଷଣା କଲେ ଡାକ୍ତର । ମୃତ ଫରେଷ୍ଟ ଗାର୍ଡଙ୍କ ସହ ମୋଟ ୧୩ ଜଣ ଜଙ୍ଗଲରେ ପାଟ୍ରୋଲିଂ କରୁଥିବା ସମୟରେ ଶିକାରୀମାନେ ଗୁଳି ଚାଳନା କରିଥିଲେ। ଗୁଳି ପ୍ରହ୍ଲାଦଙ୍କ ପେଟରେ ବାଜିଥିଲା । ଯାହା ଫଳରେ ସେଠାରେ ଉପସ୍ଥିତ ଥିବା ଅନ୍ୟ କର୍ମଚାରୀମାନେ ଗୁରୁତର ଅବସ୍ଥାରେ ତୁରନ୍ତ ତାଙ୍କୁ ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ । ହେଲେ ଡାକ୍ତର ତାଙ୍କୁ ସେଠାରେ ମୃତ ଘୋଷଣା କରିଥିଲେ ।

Leave A Reply

Your email address will not be published.