ଓଡ଼ିଆ ନ୍ୟୁଜ୍: ସୌମ୍ୟାଶ୍ରୀ ବିଶିଙ୍କ ମୃତ୍ୟୁ ଘଟଣା। ମୃତ ସୌମ୍ୟାଶ୍ରୀଙ୍କ ପରିବାରକୁ ୨୦ ଲକ୍ଷର ସହାୟତା ଘୋଷଣା । ୨୦ ଲକ୍ଷର ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସହାୟତା ଘୋଷଣା ନେଇ ସାଂସଦ ପ୍ରତାପ ଷଡ଼ଙ୍ଗୀଙ୍କ ସୂଚନା ଦେଇଛନ୍ତି । ତେବେ ମୃତ୍ୟୁ ସହିତ ୬୦ ଘଣ୍ଟାର ଲଢ଼େଇ କରି ଶେଷରେ ଜୀବନ ଯୁଦ୍ଧରେ ହାରିଛନ୍ତି ବାଲେଶ୍ବର ଫକୀରମୋହନ ମହାବିଦ୍ୟାଳୟର ପୀଡ଼ିତା ଛାତ୍ରୀ ସୌମ୍ୟାଶ୍ରୀ।ସୋମବାର ବିଳମ୍ବିତ ରାତିରେ ଏମ୍ସ କର୍ତ୍ତୃପକ୍ଷ ତାଙ୍କୁ ମୃତ ଘୋଷଣା କରିଛନ୍ତି। କଲେଜର ଜଣେ ଅଧ୍ୟକ୍ଷଙ୍କ ଅତ୍ୟାଚାରକୁ ସହିନପାରି ଛାତ୍ରୀ ସୌମ୍ୟାଶ୍ରୀ ବିଶି ନିଜ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ । ତାଙ୍କୁ ଏମ୍ସରେ ଚିକିତ୍ସା କରାଯାଉଥିବା ବେଳେ ଗତକାଲି ରାତିରେ ତାଙ୍କର ମୃତ୍ୟୁ ହୋଇଛି ।