ବ୍ରହ୍ମପୁରରୁ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

0

ଓଡ଼ିଆ ନ୍ୟୁଜ୍: ଦିନିକିଆ ଗଞ୍ଜାମ ଜିଲ୍ଲା ଗସ୍ତ କରି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ବ୍ରହ୍ମପୁରରେ ମା’ ବୁଢ଼ୀ ଠାକୁରାଣୀ ଅସ୍ଥାୟୀ ପୀଠରେ ପହଞ୍ଚି ମା’ଙ୍କୁ ଦର୍ଶନ କରିବା ସହ ପୂଜାର୍ଚ୍ଚନା କରିଥିଲେ । ପରେ ଚିକିଟି ଭୀମପୁର ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ଶତ ବାର୍ଷିକ ଉତ୍ସବରେ ଯୋଗ ଦେଇଥିଲେ । ବିକଶିତ ଓଡ଼ିଶା ପାଇଁ ଓ ଆମ ସରକାରଙ୍କୁ ମା’ ଶକ୍ତି ଦିଅନ୍ତୁ ବୋଲି ଗୁହାରି କରିଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି ।

ସେପଟେ ଗଞ୍ଜାମ ଜିଲ୍ଲାରେ ଅଧିକ ଶିଳ୍ପ କାରଖାନା ପ୍ରତିଷ୍ଠା ହେବ । ଏଥିପାଇଁ ଏକ ଲକ୍ଷ କୋଟି ଟଙ୍କାର ପୁଞ୍ଜି ନିବେଶ ହେବ । ଲକ୍ଷାଧିକ ପିଲା ନିଯୁକ୍ତି ପାଇବେ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଞ୍ଜାମ ଗସ୍ତ ବେଳେ ଚିକିଟି ଭୀମପୁର ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ଶତ ବାର୍ଷିକ ଉତ୍ସବ ସମାରୋହରେ ଯୋଗ ଦେବା ପରେ କହିଛନ୍ତି ।

ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ ବିଜେପି ଦଳୀୟ କର୍ମୀ ନେତା ବେଶ ଉତ୍ସାହିତ ହୋଇଛନ୍ତି । ଚିକିଟି ନିର୍ବାଚନ ମଣ୍ଡଳୀର ବିଭିନ୍ନ ସମସ୍ୟା ନେଇ ବିଧାୟକ ମନୋରଞ୍ଜନ ଦ୍ୟାନ ସାମନ୍ତରାୟ ଦୃଷ୍ଟି ଆକର୍ଷଣ କରିଥିବା ବେଳେ ମୁଖ୍ୟମନ୍ତ୍ରୀ ସମାଧାନ ପାଇଁ ପ୍ରତିଶ୍ରୁତି ଦେଇଛନ୍ତି । ଭୀମପୁର ସ୍କୁଲର ନୂତନ କୋଠା ନିର୍ମାଣ ପାଇଁ ନିର୍ଦ୍ଦେଶ ଦେବା, ଅଭାବ ଶିକ୍ଷକ ପୂରଣ କରିବା, କଳିଙ୍ଗଦୋଳା ଠାରେ ବ୍ୟାରେଜ ନିର୍ମାଣ, ପାତ୍ରପୁରକୁ ଏନଏସି କରିବା, ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ ଗାଁ ଗୁଡିକରେ ମଧୁର ଜଳ ଯୋଗାଣର ବ୍ୟବସ୍ଥା କରିବା ଭଳି ପ୍ରମୁଖ ସମସ୍ୟାର ସମାଧାନ ଦିଗରେ ମୁଖ୍ୟମନ୍ତ୍ରୀ ପଦକ୍ଷେପ ଗ୍ରହଣ କରିବାକୁ ପ୍ରତିଶ୍ରୁତି ଦେଇଥିବାରୁ ବହୁତ ଖୁସି ବୋଲି ଚିକିଟି ବିଧାୟକ ମନୋରଞ୍ଜନ ଦ୍ୟାନ ସାମନ୍ତରାୟ କହିଛନ୍ତି ।

Leave A Reply

Your email address will not be published.