ପ୍ରଦେଶ କଂଗ୍ରେସ ପକ୍ଷରୁ ଉତ୍କଳମଣୀ ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଶ୍ରାଦ୍ଧ ଦିବସ ପାଳିତ

0

ଓଡ଼ିଆ ନ୍ୟୁଜ(ବ୍ୟୁରୋ): ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଆଜି ଉତ୍କଳମଣୀ ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଶ୍ରାଦ୍ଧ ଦିବସ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ଶ୍ରୀ ଶରତ ପଟ୍ଟନାୟଙ୍କ ଅଧ୍ୟକ୍ଷତାରେ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ସକାଳେ ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ କଂଗ୍ରେସ ନେତୃବୃନ୍ଦ ଗୋପବନ୍ଧୁ ଛକ ସ୍ଥିତ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତିରେ ମାଲ୍ୟାର୍ପଣ କରିଥିଲେ । ପରେ ପିସିସି ପକ୍ଷରୁ ନେତାଗଣ କଂଗ୍ରେସ ଭବନ ପରିସରରେ ଗୋପବନ୍ଧୁଙ୍କ ପ୍ରତିମୂର୍ତିରେ ମାଲ୍ୟାର୍ପଣ କରିଥିଲେ ।

ଏହି କାର୍ଯ୍ୟକ୍ରମରେ କଂଗ୍ରେସ ନେତୃବୃନ୍ଦ ସର୍ବଶ୍ରୀ ପୂର୍ବତନ ପିସିସି ସଭାପତି ଶ୍ରୀ ଜୟଦେବ ଜେନା, ଶ୍ରୀ ପ୍ରସାଦ ହରିଚନ୍ଦନ, ବିଧାୟକ ସୁରେଶ କୁମାର ରାଉତରାୟ, ଶିବାନନ୍ଦ ରାୟ, ଲଲାଟେନ୍ଦୁ ମହାପାତ୍ର, ମନୋରଞ୍ଜନ ଦାଶ, ତରୁଣ ମିଶ୍ର, ଜ୍ଞାନ ରଞ୍ଜନ ପଟ୍ଟନାୟକ, ରଜନୀ ମହାନ୍ତି, ମନୋରଞ୍ଜନ ରାଉତରାୟ, ରସିକ ପଟ୍ଟନାୟକ, ମିହିର ଆଚାର୍ଯ୍ୟ, ଜୟକୃଷ୍ଣ ସୁବୁଦ୍ଧି, ପ୍ରଭାତ ପ୍ରତାପ ସିଂ, ଆଲୋକ ମହାନ୍ତି, ନରୋତମ ନାୟକ, ଜ୍ୟୋତିଷ ସାହୁ, ରବିନ୍ଦ୍ର ମହାପାତ୍ର, ପ୍ରଶନ୍ନ ପାଇକରାୟ ପ୍ରମୁଖ ଅଂଶଗ୍ରହଣ କରିଥିଲେ ।

Leave A Reply

Your email address will not be published.