ଓଡିଆ ନ୍ୟୁଜ୍ (ବ୍ୟୁରୋ): ନିର୍ବାଚନରେ ବିଶୃଙ୍ଖଳା ସୃଷ୍ଟି କଲେ କଡା କାର୍ଯ୍ୟାନୁଷ୍ଠାନ । ନିର୍ବାଚନ କମିଶନରଙ୍କ ବୈଠକ ପରେ ପୁଲିସ ଡିଜିଙ୍କ ପ୍ରତିକ୍ରିୟା । ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଶେଷ ହୋଇଛି। ଦ୍ୱିତୀୟ ପର୍ଯ୍ୟାୟ ଆସନ୍ତାକାଲି ହେବ। ନକ୍ସଲ ଅଂଚଳରେ ଶାନ୍ତିପୂର୍ଣ୍ଣ ମତଦାନ ହୋଇଛି। ଗୋଟିଏ ଦୁଇଟି ସ୍ଥାନରେ ସାମାନ୍ୟ ହିଂସା ଦେଖାଯାଇଛି। ବିଶୃଙ୍ଖଳାସୃଷ୍ଟିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ହିଂସାକୁ କଣ୍ଟ୍ରୋଲ କରାଯାଉଛି। ବିଶୃଙ୍ଖଳାକାରୀଙ୍କୁ କଡା ବାର୍ତ୍ତା ଦିଆଯାଉଛି। ଆଗକୁ ଚାରିଟି ପର୍ଯ୍ୟାୟ ନିର୍ବାଚନ ରହିଛି। ନିର୍ବାଚନରେ ବାଧା ସୃଷ୍ଟି କଲେ କଡା କାର୍ଯ୍ୟାନୁଷ୍ଠାନ ନିଆଯିବ। ବାକି ୪ ଗୋଟି ନିର୍ବାଚନ ପାଇଁ ପୋଲିସ ପେଟ୍ରୋଲିଂ କଡାକଡି କରାଯାଉଛି।
ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ରାଜ୍ୟ ନିର୍ବାଚନ କମିଶନଙ୍କ ସୂଚନା।ଦ୍ବିତୀୟ ପର୍ଯ୍ୟାୟରେ ୨୦ ହଜାର ୪୩୬ ବୁଥରେ ହେବ ନିର୍ବାଚନ। ସେଥିରୁ ୩ ହଜାର ୬୫ ବୁଥ୍ ସମ୍ବେଦନଶୀଳ। ୪ ଟି ଜିଲ୍ଲାରେ ୨୫ ଟି ସ୍ଥାନରେ ପୁନଃ ମତଦାନ ପାଇଁ ପ୍ରସ୍ତାବ ଆସିଛି। ଯାଜପୁର ୧୧,ପୁରୀ ୫,ଢେଙ୍କାନାଳ ୪,ଭଦ୍ରକରେ ୫ ଟି ସ୍ଥାନ ପାଇଁ ପ୍ରସ୍ତାବ ଆସିଛି। ରାଜ୍ୟ ନିର୍ବାଚନ କମିଶନ ପୁନଃ ନିର୍ବାଚନ ନେଇ ତର୍ଜମା କରୁଛନ୍ତି। ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଭୋଟ ଗ୍ରହଣ ବେଳେ ହିଂସାକୁ ନଜରରେ ରଖି ଗତକାଲି ପୋଲିସ ଡିଜିଙ୍କ ସହିତ ଆଲୋଚନା କରିଛନ୍ତି ରାଜ୍ୟ ନିର୍ବାଚନ କମିଶନ। ଆସନ୍ତାକାଲି ଭୋଟ ଗ୍ରହଣ ବେଳେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରିବାକୁ ନିର୍ଦେଶ ଦେଇଛନ୍ତି ରାଜ୍ୟନିର୍ବାଚନ କମିଶନ। ଦିତୀୟ ପର୍ଯ୍ୟାୟ ପାଇଁ ପୋଲିଂ କର୍ମଚାରୀ ନିଜ ନିଜ ସ୍ଥାନରେ ପହଞ୍ଚି ଥିବା ବେଳେ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି।
ଜିଲ୍ଲା ପରିଷଦ ଆଇନରେ ସଂଶୋଧନ ହୋଇଛି। ଜିଲ୍ଲା ପରିଷଦ ଅଧ୍ୟକ୍ଷ , ଉପାଧ୍ୟକ୍ଷ ନିର୍ବାଚନ ସମୟରେ ଦଳ ବଦଳ ନିରୋଧ ଆଇନ ଲାଗୁ ହେବ। ନିର୍ବାଚନ ବେଳେ ରାଜନୈତିକ ଦଳ ମାନେ ସେମାନଙ୍କ ପ୍ରାଧିକୃତ ପ୍ରତିନିଧିଙ୍କ ନିଯୁକ୍ତି କରିବେ। ଭୋଟିଂ ବେଳେ ବିଭିନ ଦଳର ଜିଲ୍ଲା ପରିଷଦ ସଭ୍ୟମାନେ ନିଜ ଦଳ ତରଫରୁ ପ୍ରାଧିକୃତ ପ୍ରତିନିଧିଙ୍କୁ ଦେଖାଇ ଭୋଟ ଦେବେ।