ଓଡ଼ିଆ ନ୍ୟୁଜ୍: ଏପ୍ରିଲ ୨୭ରୁ ସମସ୍ତ ସ୍କୁଲ ବନ୍ଦ ରହିବ। ଆଗୁଆ ଖରାଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ। ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଆଗୁଆ ଖରାଛୁଟି ଘୋଷଣା। ପିଲାମାନଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀଙ୍କ ଘୋଷଣା। ଗଣଶିକ୍ଷା ବିଭାଗର ଏସମ୍ପର୍କିତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ।ସରକାରୀ, ସରକାରୀ ଅନୁଦାନ ପ୍ରାପ୍ତ, ବେସରକାରୀ ବିଦ୍ୟାଳୟ ବନ୍ଦ ରହିବ। ପୂର୍ବ ନିର୍ଦ୍ଧାରିତ ପରୀକ୍ଷା, ଜନଗଣନା ଓ ଅନ୍ୟାନ୍ୟ ଅଫିସ୍ କାମ ଜାରି ରହିବ।
ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ରାଜ୍ୟରେ ଚାଲିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଆଗୁଆ ଖରାଛୁଟି ଘୋଷଣା କରିଛନ୍ତି। ପିଲାମାନଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ନେଇଛନ୍ତି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଏ ସମ୍ପର୍କିତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ ଦେଇଛନ୍ତି । ଏହି ନିଷ୍ପତ୍ତି ଅନୁଯାୟୀ ଏପ୍ରିଲ ୨୭ ତାରିଖରୁ ରାଜ୍ୟର ସମସ୍ତ ସରକାରୀ, ସରକାରୀ ଅନୁଦାନ ପ୍ରାପ୍ତ ଓ ବେସରକାରୀ ବିଦ୍ୟାଳୟ ବନ୍ଦ ରହିବ। ତେବେ, ପୂର୍ବ ନିର୍ଦ୍ଧାରିତ ପରୀକ୍ଷା, ଜନଗଣନା କାର୍ଯ୍ୟ ଓ ଅନ୍ୟାନ୍ୟ ଅଫିସ କାମ ପୂର୍ବପରି ଜାରି ରହିବ।