ପୁଣି ୯ ଜଣ ସରକାରୀ ଅଧିକାରୀଙ୍କ ଉପରେ ଦୁର୍ନୀତି ଛାଟ, ୫ ଜଣଙ୍କୁ ବାଧ୍ୟତାମୂଳକ ଅବସର ସହ ଆଉ ୪ ଜଣଙ୍କୁ କଣ ଦଣ୍ଡ ମିଳିଲା ଜାଣନ୍ତୁ

0

ଓଡିଆ ନ୍ୟୁଜ୍(ବ୍ୟୁରୋ):  ଦୁର୍ନୀତିଗ୍ରସ୍ତ ଓ ଅପାରଗଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଠୋର ଆଭିମୁଖ୍ୟ ଜାରି। ୯ ଜଣ ଅଧିକାରୀଙ୍କ ଉପରେ ଦୁର୍ନୀତି ଛାଟ। ୫ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଥିବା ବେଳେ ୨ ଜଣଙ୍କୁ ଚାକିରୀରୁ ବହିଷ୍କାର ଓ ଅନ୍ୟ ୨ ଜଣଙ୍କ ପେନ୍‌ସନ ସ୍ଥାୟୀଭାବେ ବନ୍ଦ କରିଦିଆଯାଇଛି। ବହିଷ୍କୃତ ୫ ଜଣ ଅଧିକାରୀଙ୍କ ମଧ୍ୟରେ ଅଛନ୍ତି ମାଲକାନଗିରିର ଗ୍ରାମ୍ୟ ଉନ୍ନୟନ ଡିଭିଜନ-୧ର ପୂର୍ବତନ ସୁପରିଟେଣ୍ଡିଂ ଇଞ୍ଜିନିୟର ଆଶିଷ କୁମାର ଦାଶ। ସେହିପରି ଭଦ୍ରକ ଗ୍ରାମ୍ୟ ଉନ୍ନୟନ ଡିଭିଡନ-୧ର ପୂର୍ବତନ ଏକ୍‌ଜିକ୍ୟୁଟିଭ ଇଞ୍ଜିନିୟର ମାନସ ରଂଜନ ମହାନ୍ତି ଜଣେ କଣ୍ଟ୍ରାକ୍ଟରଙ୍କ ଠାରୁ ୩୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରା ପଡିଥିଲେ।

କେନ୍ଦୁଝର ଜିଲ୍ଲା ସାଳପଡାସ୍ଥିତ ବୈତରଣୀ ଜଳସେଚନ ଡିଭିଜନର ଆସିଷ୍ଟାଣ୍ଟ ଇଞ୍ଜିନିୟର ଉମେଶ ଶାଶିନୀଙ୍କର ଏକକୋଟି ୪୨ ଲକ୍ଷ ଟଙ୍କା ଆୟବହିର୍ଭୂତ ସଂପତ୍ତି ଥିବା ଅଭିଯୋଗରେ ଦୁର୍ନୀତି ମାମଲା ରହିଛି। ପାରଳାଖେମୁଣ୍ଡିର ଅବସରପ୍ରାପ୍ତ ପୂର୍ବତନ ଜିଲ୍ଲା ମୁଖ୍ୟ ପ୍ରାଣୀଧନ ଅଧିକାରୀ ଜଳଧର ମଲ୍ଲିକ ୧୦ ହଜାର ଟଙ୍କାର ଲାଞ୍ଚ ନେଇ ଧରାପଡ଼ିଥିଲେ । ବାଲେଶ୍ଵର ଜିଲ୍ଲାରେ ଡେପୁଟି କଲେକ୍ଟର ଥିବା ଓଏଏସ ଅଧିକାରୀ ସବିତା ସାହୁଙ୍କ ନାଁରେ ୧୦ ହଜାର ଟଙ୍କାର ଲାଞ୍ଚ ଅଭିଯୋଗରେ ମାମଲା ଥିଲା। ବର୍ତ୍ତମାନ ସୁଦ୍ଧା ୧୭୩ ଜଣ ଅଧିକାରୀଙ୍କୁ ଚାକିରୀରୁ ବହିଷ୍କାର ବା ବାଧ୍ୟତାମୂଳକ ଅବସର କିମ୍ବା ପେନ୍‌ସନକୁ ସ୍ଥାୟୀ ଭାବେ ସ୍ଥଗିତ ରଖାଯାଇଛି।

Leave A Reply

Your email address will not be published.