ଓଡିଶା ହାଇକୋର୍ଟକୁ ମିଳିଲା ନୂଆ ମୁଖ୍ୟ ବିଚାରପତି

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ):  ଓଡିଶା ହାଇକୋର୍ଟକୁ ମିଳିଲା ନୂଆ ମୁଖ୍ୟ ବିଚାରପତି । ଓଡିଶା ହାଇକୋର୍ଟକୁ ମିଳିଲା ନୂଆ ମୁଖ୍ୟ ବିଚାରପତି । ଶପଥ ନେଲେ ଚକ୍ରଧାରୀ ଶରଣ ସିଂ । ରାଜ୍ୟପାଳ ରଘୁବର ଦାସ ଚକ୍ରଧରଙ୍କୁ ନୂଆ ମୁଖ୍ୟ ବିଚାପତି ଭାବେ ଶପଥ ପାଠ କରାଇଛନ୍ତି । ଆଜି ସକାଳ 10ଟାରେ ହାଇକୋର୍ଟରେ ଶପଥ ନେଇଛନ୍ତି । ଏହି ଶପଥ ଗ୍ରହଣ କାର୍ଯ୍ୟକ୍ରମରେ ରାଜ୍ୟପାଳଙ୍କ ସମେତ ମୁଖ୍ୟ ଶାସନ ସଚିବ, ପୋଲିସ ଡିଜିଙ୍କ ସମେତ ବହୁ ବରିଷ୍ଠ ଅଧିକାରୀ ଯୋଗ ଦେଇଥିଲେ । ପ୍ରକାଶଥାଉକି ଜଷ୍ଟିସ ଚକ୍ରଧାରୀ ଶରଣ ସିଂ ପୂର୍ବରୁ ପାଟନା ହାଇକୋର୍ଟରେ ବିଚାରପତି ଭାବେ କାର୍ଯ୍ୟ କରୁଥିଲେ ।

୧୯୬୩ ମସିହା ଜାନୁଆରୀ ୨୦ ତାରିଖରେ ଜନ୍ମଗ୍ରହଣ କରିଥିବା ଜଷ୍ଟିସ ଚକ୍ରଧାରୀ ଶରଣ ସିଂ ଏଲଏଲବିରେ ଡିଗ୍ରୀ କରିବା ପରେ ୧୯୯୦ ଅକ୍ଟୋବର ୩୦ରୁ ଜଣେ ଓକିଲ ଭାବେ କାମ ଆରମ୍ଭ କରିଥିଲେ । ତାଙ୍କୁ ୧୯୯୮ରେ କେନ୍ଦ୍ର ସରକାର ଅତିରିକ୍ତ ସ୍ଥାୟୀ ଆଇନଜୀବୀ ଭାବେ ନିଯୁକ୍ତ କରିଥିଲେ ଏବଂ ସେ ୨୦୦୧ ଯାଏଁ ଏହି ପଦରେ କାମ କରିଥିଲେ । ସେ ମୁଖ୍ୟତଃ କେନ୍ଦ୍ରୀୟ ଉତ୍ପାଦ ଶୁଳ୍କ, ସୀମା ଶୁଳ୍କ ଓ ଶ୍ରମ ଆଇନ ଅନ୍ତର୍ଗତରେ ଆସୁଥିବା ଅପରାଧିକ ମାମଲାର ପରିଚାଳନା କରୁଥିଲେ ।

ପରବର୍ତ୍ତୀ ସମୟରେ ସେ ପାଟନା ହାଇକୋର୍ଟରେ ଆକାଉଣ୍ଟାଣ୍ଟ ଜେନେରାଲ ଅଫିସ ପକ୍ଷରୁ ମାମଲା ପରିଚାଳନା ପାଇଁ କମ୍ପଟ୍ରୋଲର ଏବଂ ଅଡିଟର ଜେନେରାଲଙ୍କ ଦ୍ଵାରା ପ୍ୟାନେଲ ପରାମର୍ଶଦାତା ଭାବରେ ନିଯୁକ୍ତ ହୋଇଥିଲେ । ୨୦୧୦ ସେପ୍ଟେମ୍ବର ୮ ତାରିଖରୁ ସେ ସିନିୟର ଆଡଭୋକେଟ୍ ଭାବରେ ନିଯୁକ୍ତ ହୋଇଥିଲେ ।ତାଙ୍କୁ ଅତିରିକ୍ତ ଆଡଭୋକେଟ୍ ଜେନେରାଲ୍ ଭାବରେ ନିଯୁକ୍ତ କରାଯାଇଥିଲା । ୨୦୧୦ ଡିସେମ୍ବରରୁ ସେ ଅତିରିକ୍ତ ଜଜ୍ ଭାବରେ ପାଟନା ହାଇକୋର୍ଟରେ ୨୦୧୨ ମାର୍ଚ୍ଚ ୫ ଯାଏଁ କାର୍ଯ୍ୟରତ ଥିଲେ ।

Leave A Reply

Your email address will not be published.