ଓଡ଼ିଶା ହାଇକୋର୍ଟ ଆସିଲେ ଜଷ୍ଟିସ୍ ପାଠକ

0

ଓଡ଼ିଆ ନ୍ୟୁଜ୍: ଓଡ଼ିଶା ହାଇକୋର୍ଟକୁ ବଦଳି ହେଲେ ଗୌହାଟୀ ହାଇକୋର୍ଟ ବିଚାରପତି।ଜଷ୍ଟିସ୍ ମାନସ ରଞ୍ଜନ ପାଠକଙ୍କୁ ଓଡ଼ିଶା ହାଇକୋର୍ଟକୁ ବଦଳି।ଏନେଇ ଆଇନ ମନ୍ତ୍ରାଳୟ ପକ୍ଷରୁ ପ୍ରକାଶ ପାଇଲା ବିଜ୍ଞପ୍ତିଗୌହାଟୀ ହାଇକୋର୍ଟର ବିଚାରପତି ଜଷ୍ଟିସ୍‌ ମାନସ ରଞ୍ଜନ ପାଠକଙ୍କର ଓଡ଼ିଶା ହାଇକୋର୍ଟକୁ ବଦଳି ହୋଇଛି। ଜଷ୍ଟିସ ପାଠକଙ୍କର ଓଡ଼ିଶା ହାଇକୋର୍ଟକୁ ବଦଳି ପାଇଁ ମେ’ ୨୬ରେ ସୁପ୍ରିମକୋର୍ଟ କଲେଜିମୟ ସୁପାରିଶ କରିଥିଲେ। ସୋମବାର କେନ୍ଦ୍ର ଆଇନ ଓ ନ୍ୟାୟ ମନ୍ତ୍ରଣାଳୟ ତରଫରୁ ତାଙ୍କ ବଦଳି ନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି।ଜଷ୍ଟିସ୍‌ ପାଠକ ୧୯୬୫, ଅଗଷ୍ଟ ୨୮ରେ ଗୌହାଟୀ ଠାରେ ଜନ୍ମଗ୍ରହଣ କରିଥିଲେ।

ଗୌହାଟୀ ବିଶ୍ବବିଦ୍ୟାଳୟରୁ ଏଲ୍‌.ଏଲ୍‌.ବି. ପାସ୍ କରିବା ପରେ ୧୯୯୦ରେ ସେ ଆଇନଜୀବୀ ଭାବେ ‌କାର୍ଯ୍ୟ ଆରମ୍ଭ କରିଥିଲେ। ଜଣେ ଦକ୍ଷ ଆଇନଜୀବୀ ଭାବେ ସେ ସୁନାମ ଅର୍ଜନ କରିଥିଲେ।ସେ ଗୌହାଟୀ ହାଇକୋର୍ଟ ଓ ଆସାମ ସରକାରଙ୍କ ଶିକ୍ଷା ବିଭାଗର ଷ୍ଟାଣ୍ଡିଂ କାଉନସିଲ୍‌ ଭାବେ କାର୍ଯ୍ୟ କରୁଥିବା ବେଳେ ଗୌହାଟୀ ହାଇକୋର୍ଟର ବିଚାରପତି ଭାବେ ନିଯୁକ୍ତି ପାଇଥିଲେ। ୨୦୦୪ରୁ ବିଭାଜନ ପର୍ଯ୍ୟନ୍ତ ସେ ତ୍ରିପୁରା ରାଜ୍ୟର ଷ୍ଟାଣ୍ଡିଂ କାଉନସିଲ୍‌ରେ ଥିଲେ।

Leave A Reply

Your email address will not be published.