ଓଡ଼ିଆ ନ୍ୟୁଜ୍: ଖୁବଶୀଘ୍ର ନିଲାମ ହେବ ରାଜ୍ୟର ଆଉ ୨୨ଟି ଖଣି। ସୂଚନା ଦେଲେ ରାଜ୍ୟ ଖଣି ମନ୍ତ୍ରୀ ବିଭୂତି ଜେନା। ‘ଖଣି ନିଲାମ ନେଇ ଶେଷ ପର୍ଯ୍ୟାୟରେ ପ୍ରସ୍ତୁତି’। ‘ଖଣି ନିଲାମ ଦ୍ୱାରା ରାଜ୍ୟର ରାଜସ୍ୱ ବଢିବ’ଓଡ଼ିଶାରେ ଖଣିଜ ସମ୍ପଦର ବିକାଶ ଓ ରାଜ୍ୟର ଅର୍ଥନୀତିକୁ ମଜବୁତ କରିବା ଲାଗି ରାଜ୍ୟ ସରକାର ବଡ଼ ପଦକ୍ଷେପ ନେଉଛନ୍ତି। ରାଜ୍ୟ ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା ଘୋଷଣା କରିଛନ୍ତି ଯେ, ଖୁବଶୀଘ୍ର ରାଜ୍ୟରେ ଆଉ ୨୨ଟି ଖଣି ନିଲାମ କରାଯିବ।
ଏହି ନିଲାମ ପ୍ରକ୍ରିୟା ଶେଷ ପର୍ଯ୍ୟାୟରେ ପହଞ୍ଚିଛି ଏବଂ ଏହା ରାଜ୍ୟର ରାଜସ୍ୱ ବୃଦ୍ଧି ସହିତ ନିଯୁକ୍ତି ସୁଯୋଗ ସୃଷ୍ଟିରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଭାଇବ ବୋଲି ମନ୍ତ୍ରୀ କହିଛନ୍ତି।ମନ୍ତ୍ରୀ ଜେନା କହିଛନ୍ତି, “ଗତ ଏକ ବର୍ଷ ମଧ୍ୟରେ ଆମେ ୮ଟି ଖଣିର ସଫଳ ଅକ୍ସନ କରି ସାରିଛୁ। ପୂର୍ବତନ ସରକାର ଦୀର୍ଘ ଦିନ ଧରି ଖଣି ଅକ୍ସନ କରୁନଥିଲେ, ଯାହା ରାଜ୍ୟର ଅର୍ଥନୈତିକ ବିକାଶକୁ ବାଧାପ୍ରାପ୍ତ କରିଥିଲା। ଆମେ ଏହି ଦିଗରେ ଦ୍ରୁତ ପଦକ୍ଷେପ ନେଉଛୁ।