ଓଡ଼ିଆ ନ୍ୟୁଜ୍: ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ।ନିର୍ଦ୍ଧାରିତ ସମୟ ପୂର୍ବରୁ ଶେଷ ହେଲା ଅଧିବେଶନ। ମୋଟ ୨୯ଟି କାର୍ଯ୍ୟ ଦିବସରୁ ୧୧ ଦିନ ଚାଲିଲା। ୧୭ ହଜାର ୪୪୦ କୋଟି ଟଙ୍କାର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ ପାରିତ। ଡିସେମ୍ବର ୩୧ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ଅଧିବେଶନ ନିର୍ଦ୍ଧାରିତ ସମୟର ୧୮ ଦିନ ପୂର୍ବରୁ ଶେଷ ହୋଇଛି। ମୋଟ ୨୯ଟି କାର୍ଯ୍ୟ ଦିବସ ରହିଥିବା ବେଳେ ଗୃହ ମାତ୍ର ୧୧ ଦିନ କାର୍ଯ୍ୟ କରିଛି।
ଅଧିବେଶନ ସମୟରେ ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ୧୭,୪୪୦ କୋଟି ଟଙ୍କାର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍ ସହିତ କେତେକ ଗୁରୁତ୍ୱପୂର୍ଣ୍ଣ ବିଲ୍ ପାରିତ ହୋଇଛି। ଅର୍ଥ ବିଭାଗ ଦାୟିତ୍ୱରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ମାଝୀ ନଭେମ୍ବର ୨୮ରେ ଏହି ଅତିରିକ୍ତ ବଜେଟ୍ ଉପସ୍ଥାପନ କରିଥିଲେ ଏବଂ ସୋମବାର ବ୍ୟୟ ମଞ୍ଜୁରୀ ବିଲ୍ ଗୃହରେ ଧ୍ୱନି ଭୋଟ୍ରେ ପାରିତ ହୋଇଥିଲା।
ନଭେମ୍ବର ୨୭ ତାରିଖରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଐତିହାସିକ ଅଭିଭାଷଣ ସହ ଏହି ଅଧିବେଶନ ଆରମ୍ଭ ହୋଇଥିଲା। ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ ବିଧାୟକ ଓ ପୂର୍ବତନ ବିଧାୟକମାନଙ୍କ ଦରମା, ଭତ୍ତା ଓ ପେନ୍ସନ୍ ବୃଦ୍ଧି ପାଇଁ ସଂଶୋଧିତ ବିଲ୍ ଗୃହରେ ଉପସ୍ଥାପନ କରିଥିଲେ। ଏହି ବିଲ୍ରେ କୌଣସି ସିଟିଂ ବିଧାୟକଙ୍କ ମୃତ୍ୟୁ ଘଟିଲେ ତାଙ୍କ ପରିବାରକୁ ୨୫ ଲକ୍ଷ ଟଙ୍କା ସହାୟତା ଏବଂ ପ୍ରତି ପାଞ୍ଚ ବର୍ଷରେ ଦରମା ବୃଦ୍ଧିର ପ୍ରାବଧାନ ରହିଛି।