ଆସନ୍ତା ୨୭ରେ OTET ପରୀକ୍ଷା

0

ଓଡ଼ିଆ ନ୍ୟୁଜ୍: ଆସନ୍ତା ୨୭ରେ OTET ପରୀକ୍ଷା। ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ସ୍ବତନ୍ତ୍ର ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା(ଓଟିଇଟି) ଆସନ୍ତା ୨୭ ତାରିଖରେ ଅନୁଷ୍ଠିତ ହେବ। ଏ ନେଇ ବୋର୍ଡ ପକ୍ଷରୁ ଶନିବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଉକ୍ତ ଦିନ ଦୁଇଟି ସିଟିଂରେ ପରୀକ୍ଷା ହେବ।ପ୍ରଥମ ସିଟିଂ ପୂର୍ବାହ୍ନ ୯ଟାରୁ ୧୧.୩୦ ପର୍ଯ୍ୟନ୍ତ ପେପର-୧ ପରୀକ୍ଷା ଏବଂ ଅପରାହ୍ନ ୨ଟାରୁ ୪ଟା ଯାଏ ପେପର-୨ ପରୀକ୍ଷା ଅନୁଷ୍ଠିତ ହେବ।

ପରୀକ୍ଷାର୍ଥୀମାନଙ୍କ ଆଡ୍‌ମିଟ୍‌ କାର୍ଡ ଆସନ୍ତା ୧୭ ତାରିଖରୁ ବୋର୍ଡ ୱେବ୍‌ସାଇଟ www.bseodisha.ac.inରେ ଉପଲବ୍ଧ ହେବ। ମାତ୍ର ପରୀକ୍ଷା କେନ୍ଦ୍ରଗୁଡିକ ଅପରିବର୍ତ୍ତିତ ରହିଛି। ସ୍ଥଗିତ ଥିବା ଗତ ଜୁଲାଇ ୧୯ ତାରିଖ ଓଟିଇଟି ନିମନ୍ତେ ନିର୍ଦ୍ଧାରଣ ହୋଇଥିବା ତାଲିକା ଅନୁଯାୟୀ ପରୀକ୍ଷାର୍ଥୀମାନେ ନିଜ ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ଦେବେ ବୋଲି ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି।

Leave A Reply

Your email address will not be published.