ଶ୍ରୀମନ୍ଦିରରେ ବ୍ୟବହାର ହେବ କେବଳ ଓମଫେଡ୍ ଘିଅ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଶ୍ରୀମନ୍ଦିରରେ ବ୍ୟବହାର ହେବ କେବଳ ଓମଫେଡ୍ ଘିଅ। ଶ୍ରୀମନ୍ଦିର ମଧ୍ୟରେ କେବଳ ଓମଫେଡ୍ ଘିଅ ବ୍ୟବହାର ପାଇଁ ସ୍ଥିର ହୋଇଥିବା ବେଳେ ଏନେଇ ସହଯୋଗ ପ୍ରଦାନ କରିବାକୁ ଓମେଫେଡକୁ ଅନୁରୋଧ କରିଛନ୍ତି ମୁଖ୍ୟ ପ୍ରଶାସକ | ଅନ୍ୟ ଘିଅ ବ୍ୟବହାର କରାଗଲେ ନିଆଯିବ କାର୍ଯ୍ୟାନୁଷ୍ଠାନ। ଏଭଳି ସତର୍କ କରାଇଛନ୍ତି ଶ୍ରମନ୍ଦିର ପ୍ରଶାସକ ।

ଜଗନ୍ନାଥ ମନ୍ଦିର ଆବଶ୍ୟକତାକୁ ନଜରରେ ରଖି ଶ୍ରୀମନ୍ଦିର ପାଇଁ ଏକ ସ୍ୱତନ୍ତ୍ର ଡିପୋ ଖୋଲାଯିବା ସକାଶେ ଓମଫେଡ ପରିଚାଳନା ନିର୍ଦ୍ଦେଶକଙ୍କୁ ପତ୍ର ଲେଖିଛନ୍ତି ମୁଖ୍ୟ ପ୍ରଶାସକ। ମୁଖ୍ୟ ପ୍ରଶାସକ ପତ୍ରରେ ଲେଖିଛନ୍ତି ଯେ, ଶ୍ରୀମନ୍ଦିର ମଧ୍ୟରେ ମହାପ୍ରସାଦ ପ୍ରସ୍ତୁତି ଏବଂ ଦୀପରେ କେବଳ ଓମଫେଡ୍ ଘିଅ ବ୍ୟବହାର ପାଇଁ ସ୍ଥିର ହୋଇଛି । ଏନେଇ ସମ୍ପୃକ୍ତ ନିଯୋଗଗୁଡ଼ିକ ସହ ମଧ୍ୟ ଆଲୋଚନା ହେବା ସହ ସହମତି ପ୍ରକାଶ ପାଇଛି।  ଶ୍ରୀମନ୍ଦିର ମଧ୍ୟରେ କେବଳ ଓମଫେଡ୍ ଘିଅ ବ୍ୟବହାର ପାଇଁ ସ୍ଥିର ହୋଇଥିବା ବେଳେ ଏନେଇ ସହଯୋଗ ପ୍ରଦାନ କରିବାକୁ ଓମେଫେଡକୁ ଅନୁରୋଧ କରିଛନ୍ତି ମୁଖ୍ୟ ପ୍ରଶାସକ ।

ଶ୍ରୀଜଗନ୍ନାଥ ମନ୍ଦିର ଆବଶ୍ୟକତାକୁ ନଜରରେ ରଖି ଶ୍ରୀମନ୍ଦିର ପାଇଁ ଏକ ସ୍ବତନ୍ତ୍ର ଡିପୋ ଖୋଲାଯିବା ସକାଶେ ଓମଫେଡ ପରିଚାଳନା ନିର୍ଦ୍ଦେଶକଙ୍କୁ ପତ୍ର ଲେଖିଛନ୍ତି ମୁଖ୍ୟ ପ୍ରଶାସକ । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଗଣମାଧ୍ୟମକୁ ଏହି ସୂଚନା ଦିଆଯାଇଛି । ଶ୍ରୀମନ୍ଦିର ପାଇଁ ସ୍ବତନ୍ତ୍ର ଡିପୋ କରାଗଲେ ଆବଶ୍ୟକତା ପୂରଣ ହେବା ସହ ଅପମଶ୍ରିତ ଘିଅକୁ ମଧ୍ୟ ରୋକାଯାଇ ପାରିବ ବୋଲି ମୁଖ୍ୟ ପ୍ରଶାସକ ଗୁରୁତ୍ବାରୋପ କରିଛନ୍ତି।

Comments are closed.