ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ବସ୍ ଓଲଟି ୨୫ରୁ ଊର୍ଦ୍ଧ୍ୱ ପର୍ଯ୍ୟଟକ ଆହତ ହୋଇଛନ୍ତି। କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବ୍ରାହ୍ମଣୀଗାଁ ଥାନା ଅନ୍ତର୍ଗତ ମହାଗୁଡ଼ି ନିକଟ ବୁଲାଣି ରାସ୍ତାରେ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।
ଆହତ ପର୍ଯ୍ୟଟକଙ୍କୁ ବ୍ରାହ୍ମଣୀଗାଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏଣେ ୨ ଜଣ ଗୁରୁତର ହୋଇଛନ୍ତି। ଉଭୟଙ୍କୁ ଏମକେସିଜିକୁ ସ୍ଥାନାନ୍ତର କରାଯାଇଛି। ଆହତମାନଙ୍କୁ ବ୍ରାହ୍ମଣୀଗାଁ ମେଡିକାଲରେ ଭର୍ତ୍ତି କରାଯାଇଛି। ମିଳିଥିବା ସୂଚନା ଆଧାରରେ କନ୍ଧମାଳ ଜିଲ୍ଲାର ଓଡ଼ିଶାର କାଶ୍ମୀର ଦାରିଙ୍ଗବାଡିକୁ ବୁଲିବା ପାଇଁ କଲିକତାର ଏକ ଟାଇକୁଣ୍ଡ ଆସୋସିଏସନ ପ୍ରାୟ ୮୦ଜଣ ଛାତ୍ରଛାତ୍ରୀ ଦୁଇଟି ବସରେ ଦାରିଙ୍ଗବାଡ଼ି ବୁଲି ଆସିଥିଲେ। ଆଜି ଗୋପାଳପୁର ଯିବା ପାଇଁ ଭାୟା ବ୍ରାହ୍ମଣୀଗାଁ ବାଟ ଦେଇ ଯାଉଥିଲେ।
ଦାରିଙ୍ଗବାଡ଼ି ବ୍ଳକ ବ୍ରାହ୍ମଣୀଗାଁ ଥାନା ଅନ୍ତର୍ଗତ ମହାଗୁଡ଼ି ଗ୍ରାମ ନିକଟ ଏକ ବୁଲାଣିରେ ଟୁରିଷ୍ଟ ବସ ଭାରସାମ୍ୟ ହରାଇ ରାସ୍ତା ତଳକୁ ଖସି ଦୁର୍ଘଟଣା ଘଟିଥିଲା। ବସରେ ଥିବା ୨୭ଜଣ ଆହତଙ୍କ ମଧ୍ୟରୁ ୨ଜଣ ଗୁରୁତର ହୋଇଥିବା ଜଣା ପଡ଼ିଛି । ଗୁରୁତର ଙ୍କୁ ବ୍ରହ୍ମପୁର ବଡ଼ ମେଡ଼ିକାଲକୁ ଅଧିକ ଚିକିତ୍ସା ପାଇଁ ପଠାଯାଇଥିବା ବ୍ରାହ୍ମଣୀଗାଁ ଥାନା ଅଧିକାରୀ ଚାପଧାରୀ ପ୍ରଧାନ ସୂଚନା ଦେଇଛନ୍ତି।