ପଦ୍ମ ବିଜେତାଙ୍କୁ ମାସକୁ ମିଳିବ ୨୫ ହଜାର ଟଙ୍କା

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ପଦ୍ମ ବିଜେତାଙ୍କୁ ମାସକୁ ମିଳିବ ୨୫ ହଜାର ଟଙ୍କା | ବିଭିନ୍ନ କ୍ଷେତ୍ରରେ ଦେଶକୁ ଗୌରବାନ୍ବିତ କରିଥିବା ବ୍ୟକ୍ତିବିଶେଷଙ୍କୁ ଏହି ସମ୍ମାନ ମିଳିଥାଏ।ପଦ୍ମ ବିଜେତାଙ୍କୁ ମାସକୁ ୨୫ ହଜାର ଟଙ୍କା ମିଳିବା ନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

ଏପ୍ରେଲ ୨୦୨୪ରୁ ଓଡିଶାର କୃତୀ ସନ୍ତାନମାନଙ୍କୁ ଏହା ପ୍ରଦାନ କରାଯିବ । ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ତରଫରୁ ସୂଚନା ଦିଆଯାଇ କୁହାଯାଇଛି ଯେ, ପଦ୍ମ ପୁରସ୍କାର ଦେଶର ଗୌରବମୟ ବେସାମରିକ ସମ୍ମାନ। ପଦ୍ମ ପୁରସ୍କାରପ୍ରାପ୍ତ କୃତୀ ସନ୍ତାନ ମାନେ ସେମାନଙ୍କ ପ୍ରତିଭା ଓ ସେବା କାର୍ଯ୍ୟ ଦ୍ୱାରା ଓଡିଶାର ଗୌରବ ବୃଦ୍ଧି କରିଛନ୍ତି ।

ସମାଜକୁ ସେମାନଙ୍କ ବଳିଷ୍ଠ ଅବଦାନର ସ୍ବୀକୃତି ସ୍ବରୂପ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସେମାନଙ୍କ ସମ୍ମାନାର୍ଥେ ମାସକୁ ୨୫ ହଜାର ଟଙ୍କା ଲେଖାଏ ଅର୍ଥ ସମ୍ମାନ ରାଶି ପ୍ରଦାନ କରିବା ପାଇଁ ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଚଳିତ ବର୍ଷ ଏପ୍ରିଲ ଠାରୁ ଏହି ସମ୍ମାନ ରାଶି ପ୍ରଦାନ କରାଯିବ ବୋଲି ସୂଚନା ଦିଆଯାଇଛି।

Leave A Reply

Your email address will not be published.