ବ୍ୟାନ୍ ହେବନି ପାନ ମସଲା

0

ଓଡ଼ିଆ ନ୍ୟୁଜ୍: ରାଜ୍ୟରେ ବ୍ୟାନ୍ ହେବନି ପାନ ମସଲା। ଚିଠି ଲେଖି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସ୍ପଷ୍ଟୀକରଣ।CT & GST ଓ ଅର୍ଥ ବିଭାଗକୁ ସ୍ୱାସ୍ଥ୍ୟ ସଚିବଙ୍କ ଚିଠି। ପାନ ମସଲାରେ ଟବାକୋ ଓ ନିକୋଟିନ୍ ନଥିବା ଚିଠିରେ ଉଲ୍ଲେଖ।

ରାଜ୍ୟରେ ଗୁଟଖା, ଖଇନିରେ ପ୍ରତିବନ୍ଧକ ଲଗାଇଛନ୍ତି ରାଜ୍ୟ ସରକାର। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏଭଳି ମାଦକ ପଦାର୍ଥର ଉତ୍ପାଦନ, ପ୍ରସ୍ତୁତି, ପ୍ୟାକେଜିଂକୁ ବ୍ୟାନ୍ ଲଗାଯିବା ସହ ଏହାର ବ୍ୟବସାୟ, ବିକ୍ରି, ପରିବହନରେ ପ୍ରତିବନ୍ଧକ ଲଗାଯାଇଛି।

ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ସାଧାରଣ ଜନସ୍ୱାସ୍ଥ୍ୟର ସୁରକ୍ଷା ଦୃଷ୍ଟିକୋଣରୁ ରାଜ୍ୟ ସରକାର ଓଡ଼ିଶାରେ ଗୁଟ୍ଖା, ଜର୍ଦ୍ଦା, ଖଇନି ଓ ତମାଖୁ କିମ୍ବା ନିକୋଟିନ୍ ଯୁକ୍ତ ସମସ୍ତ ପ୍ରକାରର ଖାଦ୍ୟ ପଦାର୍ଥର ଉତ୍ପାଦନ, ପ୍ରସ୍ତୁତି, ପ୍ୟାକେଜିଂ, ସଞ୍ଚୟ, ପରିବହନ, ବଣିଜ୍ୟ ଓ ବିକ୍ରୟ ଉପରେ ପ୍ରତିବନ୍ଧ ଜାରି କରିଛନ୍ତି । ଏହି ନିଷେଧାଜ୍ଞା ଖାଦ୍ୟ ସୁରକ୍ଷା ଓ ମାନକ ଆଇନ–୨୦୦୬ ଏବଂ ଖାଦ୍ୟ ସୁରକ୍ଷା ଓ ମାନକ (ବିକ୍ରୟ ଉପରେ ପ୍ରତିବନ୍ଧ ଓ ନିୟନ୍ତ୍ରଣ) ବିଧି–୨୦୧୧ର ଧାରା ୨.୩.୪ ଅନୁଯାୟୀ ଜାରି କରାଯାଇଛି ।

Leave A Reply

Your email address will not be published.