ଓଡ଼ିଆ ନ୍ୟୁଜ୍: ୨୦୨୭ ପଞ୍ଚାୟତ ନିର୍ବାଚନ ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି। ଆସନ ସଂରକ୍ଷଣ ପାଇଁ ଜିଲ୍ଲାପାଳଙ୍କୁ ପଞ୍ଚାୟତିରାଜ ବିଭାଗର ଚିଠି। ୱାର୍ଡ ମେମ୍ବର, ସରପଞ୍ଚ, ସମିତି ସଭ୍ୟଙ୍କ ପାଇଁ ଆସନ ସଂରକ୍ଷଣ ନିର୍ଦ୍ଦେଶ।ଜିଲ୍ଲା ପରିଷଦ ସଦସ୍ୟଙ୍କ ପାଇଁ ମଧ୍ୟ ସିଟ୍ ସଂରକ୍ଷଣ ସ୍ଥିର କରିବାକୁ ନିର୍ଦ୍ଦେଶ।ଏପ୍ରିଲ ୨୦୨୬ ସୁଦ୍ଧା ନିର୍ବାଚନ କମିଶନଙ୍କୁ ଚୂଡ଼ାନ୍ତ ରିପୋର୍ଟ ଦେବାକୁ ନିର୍ଦ୍ଦେଶ।ୱାର୍ଡ ମେମ୍ବର,ସରପଞ୍ଚ ଓ ସମିତି ସଭ୍ୟରେ ସଂରକ୍ଷଣ ପାଇଁ ପ୍ରକାଶ ପାଇଥିବା ବିଜ୍ଞପ୍ତି ଉପରେ ୧୭ ତାରିଖ ଭିତରେ ଅଭିଯୋଗ ଆବେଦନ ଏବଂ୨୪ତାରିଖ ସୁଦ୍ଧା ଅଭିଯୋଗ ଶୁଣାଣି କରି୨୯ସୁଦ୍ଧା ଚୂଡ଼ାନ୍ତ ସଂରକ୍ଷଣ ତାଲିକା ନିର୍ବାଚନ କମିଶନକୁ ଜଣାଇବେ ।
ସେହିପରି ଜିଲ୍ଲା ପରିଷଦ ସଦସ୍ୟରେ ସଂରକ୍ଷଣ ପାଇଁ ପ୍ରକାଶ ପାଇଥିବା ବିଜ୍ଞପ୍ତି ଉପରେ ୧୭ ତାରିଖ ଭିତରେ ଅଭିଯୋଗ ଆବେଦନ ଏବଂ ୨୭ ତାରିଖ ସୁଦ୍ଧା ଅଭିଯୋଗ ଶୁଣାଣି କରି ୨୯ ତାରିଖ ସୁଦ୍ଧା ସରକାରଙ୍କ ଅନୁମୋଦନ କ୍ରମେ ୩୦ସୁଦ୍ଧା ଚୂଡ଼ାନ୍ତ ସଂରକ୍ଷଣ ତାଲିକା ନିର୍ବାଚନ କମିଶନକୁ ଜଣାଇବେ ।ଜିଲ୍ଲା ପରିଷଦ ଅଧ୍ୟକ୍ଷ ପାଇଁ୧୩ରେ ଚିଠା ବିଜ୍ଞପ୍ତି ଏବଂ ୨୯ରେ ଚୂଡାନ୍ତ ବିଜ୍ଞପ୍ତି ପ୍ରକାଶ ପାଇବ । ପୂର୍ବ ନିର୍ବାଚନ ସଂରକ୍ଷଣ ନୀତି ଅନୁସାରେ ସଂରକ୍ଷଣ ୫୦ ପ୍ରତିଶତ ଭିତରେ ରହିବ, ପଛୁଆ ବର୍ଗଙ୍କ ପାଇଁ ୨୭ ପ୍ରତିଶତ ଯାଏଁ ସଂରକ୍ଷଣ ରହିବ । ମହିଳାଙ୍କ ପାଇଁ ସଂରକ୍ଷଣ ରହିବ ୫୦ ପ୍ରତିଶତ ସିଟ୍ ।