ରେଳ ଦୁର୍ଘଟଣାଗ୍ରସ୍ତ ପରିବାରଙ୍କୁ ସାହାଯ୍ୟାର୍ଥେ CMRFକୁ ପାରଳା ମହାରାଜା ଇଞ୍ଜିନିୟରିଂ କଲେଜ ଦେଲା ୧ ଲକ୍ଷ ଟଙ୍କା ସହାୟତା
ଓଡ଼ିଆ ନ୍ୟୁଜ୍(ବ୍ୟୁରୋ): ବାଲେଶ୍ୱର ଜିଲ୍ଲା ଅନ୍ତର୍ଗତ ବାହାନଗା ଠାରେ ଘଟିଥିବା ରେଳ ଦୁର୍ଘଟଣାଗ୍ରସ୍ତ ପରିବାରଙ୍କୁ ସାହାଯ୍ୟାର୍ଥେ ଆଜି ପାରଳା ମହାରାଜା ଯାନ୍ତ୍ରିକ ମହାବିଦ୍ୟାଳୟ, ବ୍ରହ୍ମପୁର ତରଫରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୧ ଲକ୍ଷ ଟଙ୍କା ସହାୟତା ପ୍ରଦାନ କରାଯାଇଛି l ମହାବିଦ୍ୟାଳୟର ଅଧ୍ୟକ୍ଷ ରଞ୍ଜନ କୁମାର ସ୍ୱାଇଁ, ବେସିକ୍ ସାଇନ୍ସ ବିଭାଗୀୟ ମୁଖ୍ୟ ଡଃ. ଚିତ୍ତରଞ୍ଜନ ମଲ୍ଲିକ, ସିଭିଲ ଇଂଜିନିୟରିଂ ବିଭାଗ ମୁଖ୍ୟ ପ୍ରଫେସର ଚିତ୍ତରଞ୍ଜନ ମହାନ୍ତି ପ୍ରମୁଖ ଲୋକସେବା ଭବନ ଠାରେ ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ କୁମାର ଜେନାଙ୍କୁ ସାକ୍ଷାତ କରି ଏହି ସହାୟତା ରାଶି ଚେକ୍ ଆକାରରେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠି ଉଦ୍ଦେଶ୍ୟରେ ପ୍ରଦାନ କରିଛନ୍ତି । ଏହି ସମୟରେ ରାଜ୍ୟ ବିଣିଜ୍ୟ ଓ ପରିବହନ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଊଷା ପାଢ଼ୀ ଉପସ୍ଥିତ ଥିଲେ ।