ତାତିରୁ ମିଳିଲା ଆଶ୍ବସ୍ତି, ଆଶ୍ବସ୍ତି ଆଣିଲା କାଳବୈଶାଖୀ

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ରାଜ୍ୟବାସୀଙ୍କୁ ଗରମ ଓ ଗୁଳୁଗୁଳିରୁ ମିଳିଛି ସାମାନ୍ୟ ଆଶ୍ୱସ୍ତି।  ଆଜି ସକାଳେ ଟ୍ୱିନ୍‌ ସିଟି ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ଖରାର ପ୍ରକୋପ କମିଛି। ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ହେବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି | ଆଜି ପାଇଁ ୧୪ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ତେବେ ୨ ଦିନ ରାଜ୍ୟର କିଛି ସ୍ଥାନରେ ସ୍ପଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ବିଜୁଳି ଘଡ଼ଘଡ଼ି ସହ ବର୍ଷା ଓ ହାଲକା ପବନ ବହିବା ନେଇ ସୂଚନା ରହିଛି । ଗତକାଲି ସନ୍ଧ୍ୟାରେ ଟୁଇନ ସିଟି ସମେତ ଉତ୍ତର ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ହେବା ଫଳରେ ପ୍ରାୟ ୭ଦିନ ଧରି ଖରାରେ ଆଉଟୁ ପାଉଟୁ ହେଉଥିବା ଲୋକଙ୍କୁ ତାତିରୁ ତ୍ରାହି ମିଳିଛି ।

ଆଜି ଦିନ ସାଢ଼େ ୧୧ଟା ସୁଦ୍ଧା ରାଜ୍ୟର ତାପମାତ୍ରା ୩୫ ତଳେ ରହିଛି। ଚାନ୍ଦବାଲିରେ ତାପମାତ୍ରା ୩୪ ଡିଗ୍ରୀ ରେକର୍ଡ କରାଯାଇଥିବା ବେଳେ ଭୁବନେଶ୍ୱର ୩୨.୮, ବାଲେଶ୍ୱର ୩୨.୪‌ଓ କେନ୍ଦୁଝରରେ ୨୫.୬ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି। କେନ୍ଦୁଝର ପାଟଣା ସମେତ କିଛି ସ୍ଥାନରେ କୁଆପଥର ମାଡ଼ ହୋଇଥିବା ଦେଖିବାକୁ ମିଳିଛି । କାଳବୈଶାଖୀ ବର୍ଷା ଯୋଗୁଁ ରାଜ୍ୟର ଅଧିକାଂଶ ସ୍ଥାନରେ ତାପମାତ୍ରା ହ୍ରାସ ପାଇଥିବାବେଳେ, ମାଲକାନଗିରି ବ୍ୟତୀତ ସବୁ ସହରରେ ପାରଦ ୪୦ ଡିଗ୍ରୀ ତଳେ ରହିଛି । ଗତକାଲି ସନ୍ଧ୍ୟା ବେଳକୁ ରାଜଧାନୀ ଭୁବନେଶ୍ୱରରେ କଳାହାଣ୍ଡିଆ ମେଘ ଘୋଟାଇ ଆସିଥିଲା ।

ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା ମଧ୍ୟ ଟ୍ୱିନ୍ ସିଟି ସମେତ ବିଭିନ୍ନ ସ୍ଥାନରେ ହୋଇଥିବା ଦେଖା ଦେଇଥିଲା । ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ପୂର୍ବାନୁମାନ ଅନୁସାରେ, ଆସନ୍ତା ୨ ଦିନ ରାଜ୍ୟର କିଛି ସ୍ଥାନରେ ସ୍ପଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ବିଜୁଳି ଘଡ଼ଘଡ଼ି ସହ ବର୍ଷା ଓ ଦଲକା ପବନ ବୋହିବା ନେଇ ସୂଚନା ରହିଛି । ଆସନ୍ତାକାଲି ବର୍ଷାର ପରିମାଣ ବଢ଼ିପାରେ ବୋଲି ପୂର୍ବାନୁମାନ କରାଯାଇଛି । ଅନ୍ୟପଟେ ବଜ୍ରପାତରେ ଜଳିଗଲା ଦୁଇ ବଖରା ଘର ।

Leave A Reply

Your email address will not be published.