ଓଡ଼ିଆ ନ୍ୟୁଜ୍: ରାଉରକେଲାରେ ବିମାନ ଦୁର୍ଘଟଣା । ଏକ ଯାତ୍ରୀବାହୀ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ଜରୁରୀ ଅବତରଣ ବେଳେ ବିମାନଟି ଦୁର୍ଘଟଣାଗ୍ରସ୍ତ ହୋଇଛି । ଯାହାଫଳରେ ପାଇଲଟଙ୍କ ସମେତ ୬ ଜଣ ଗୁରୁତର ହୋଇଛନ୍ତି । ସମସ୍ତ ଗୁରୁତରଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି ।
ଖବର ଅନୁଯାୟୀ, ଭୁବନେଶ୍ୱରରୁ ରାଉରକେଲା ଅଭିମୁଖେ ଯାଉଥିଲା ଏକ ଛୋଟ ବିମାନ । ଯେଉଁଥିରେ ପାଇଲଟଙ୍କ ସମେତ ୬ ଜଣ ଯାତ୍ରୀ ଯାତ୍ରା କରୁଥିଲେ । ଦକ୍ଷିଣ ରାଉରକେଲା ଆକାଶରେ ବିମାନଟି ଉଡୁଥିବା ବେଳେ ହଠାତ୍ ଯାନ୍ତ୍ରୀକି ତ୍ରୁଟି ଦେଖିବାକୁ ମିଳିଥିଲା । ଏହାପରେ ପାଇଲଟ ତୁରନ୍ତ ବିମାନକୁ ଏମରଜେନ୍ସି ଲାଣ୍ଡିଂ କରିବାକୁ ନିଷ୍ପତ୍ତି ନେଇଥିଲେ । ଏମରଜେନ୍ସି ଲାଣ୍ଡିଂ ବେଳେ ହଠାତ୍ ବିମାନଟି ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ଏହି ଦୁର୍ଘଟଣାରେ ପାଇଲଟ ସମେତ ୬ ଜଣ ଯାତ୍ରୀ ଆହତ ହୋଇଛନ୍ତି । ତେବେ ଦୁର୍ଘଟଣା ପରେ ତୁରନ୍ତ ଉଦ୍ଧାର କାର୍ଯ୍ୟ ଆରମ୍ଭ କରି ଆହତ ଯାତ୍ରୀଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରିଥିଲେ ।