ଭକ୍ତଙ୍କ ବିଶ୍ୱାସ ସହିତ ଖେଳ, ପୁରୀରେ ବିକ୍ରୀ ହେଉଛି ନକଲି ଅବଢା

0

ଓଡ଼ିଆ ନ୍ୟୁଜ୍ (ବ୍ୟୁରୋ): ଭକ୍ତଙ୍କ ବିଶ୍ୱାସ ସହିତ ସାଂଘାତିକ ଖେଳ। ଅଣବସର ତ୍ରୟୋଦଶୀ ତିଥିରେ ଅବଢ଼ା ବାହାରିବାରେ ବିଳମ୍ବର ହେଉଥିବାରୁ ଫାଇଦା ଉଠାଇଲେ ଅସାଧୁ ବ୍ୟକ୍ତି । ମହାପ୍ରଭୁଙ୍କ ଅବଢ଼ା ନାଁରେ ଲୁଚାଛପାରେ ପ୍ରସ୍ତୁତ ଓ ବିକ୍ରି ହେଉଛି ନକଲି ଅବଢ଼ା। ଶ୍ରୀମନ୍ଦିରରେ ଯେପରି କୁଡ଼ୁଆରେ ଅନ୍ନ, ଡାଲି, ବେସର, ମହୁର, ଖଟା ପ୍ରସ୍ତୁତ ହୁଏ ଏହାର ଅବିକଳ ନକଲ କରାଯାଇଛି।

ଚୋରଘର ସର୍ବଦା ଅନ୍ଧାର ରୁହେନି, ଠିକ୍‌ ସେହିପରି ଆଜି ରୋଷେଇ ହୋଇ ବିକ୍ରି କରିବା ଉଦ୍ଦେଶ୍ୟରେ ପ୍ରସ୍ତୁତ ହୋଇଥିବା ଏହି ନକଲି ମହାପ୍ରସାଦ ଧରାପଡ଼ିଛି। ପୁରୀ ଲୋକନାଥରୋଡ୍‌ ଅନ୍ତର୍ଗତ ପାଇକ ସାହିରେ ଏହି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଦୀର୍ଘଦିନ ଧରି ଏହି ରାକେଟ ଚାଲିଥିବା ଅନୁମାନ କରାଯାଉଛି।

Leave A Reply

Your email address will not be published.